ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ କଲେ ସିଡିପିଓ, ଆଶାକର୍ମୀଙ୍କୁ ଦାୟୀ କରି…

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ରାଜ୍ୟ ସ୍ତରୀୟ ତଦନ୍ତ ପ୍ରକ୍ରିୟା କରାଯାଉଥିବା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି।

ସେହିପରି ଦାରିଙ୍ଗବାଡ଼ି ସମନ୍ବିତ ଶିଶୁ ଓ ମହିଳା ବିକାଶ ଯୋଜନାର ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ମଧ୍ୟ ଘଟଣାର ତଦନ୍ତ ପାଇଁ ଜଣେ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ପାଇବା ପରେ ସୁପରଭାଇଜର ସୁଜାତା ସାହୁ ତଦନ୍ତ କରି ଫେରିଥିବା ବେଳେ ପୁଣି ତଦନ୍ତ ପାଇଁ ଯିବେ ବୋଲି ସିଡିପିଓ କହିଛନ୍ତି। ତେବେ ଆଶାକର୍ମୀ ନିର୍ମାତା ପ୍ରଧାନ ଯଦି ପୂର୍ବରୁ ଗର୍ଭବତୀ ଥିବା ବାନିଆଙ୍କୁ ବାରମ୍ବାର ହସ୍ପିଟାଲ ନେଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥାନ୍ତେ ତେବେ ଆଜି ଏଭକି ବନିଆଙ୍କ ମୃତ୍ୟୁ ଘଟି ନ ଥାନ୍ତା ବୋଲି ମୃତ ବନିଆଙ୍କ ସ୍ବାମୀ ସଞ୍ଜୀବ ପ୍ରଧାନ, ଗ୍ରାମର ସୁକାନ୍ତ ପ୍ରଧାନ ଓ ଅନ୍ୟମାନେ ଅଭିଯୋଗ କରିଛନ୍ତି। ଏମିତିକି ବନିଆ ରବିବାର ପ୍ରଥମେ ଅସୁସ୍ଥ ହୋଇପଡ଼ିଥିଲେ। ସେହିଦିନ ତାଙ୍କୁ ଦାରିଙ୍ଗବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରକୁ ନେବାକୁ ସଞ୍ଜୀବ ବହୁତ ନେହୁରା ହୋଇଥିଲେ ମଧ୍ୟ ଆଶାକର୍ମୀ ଗର୍ଭବତୀଙ୍କ ସହ ଯାଇ ନ ଥିଲେ ତେଣୁ ଆଶାକର୍ମୀଙ୍କ ବିରୋଧରେ ମୃତକଙ୍କ ପରିବାର ଅଭିଯୋଗ ଆଣିଛନ୍ତି। ଏନେଇ ଆଶାକର୍ମୀ କହିଛନ୍ତି ସେ ତାଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ୨ ଥର ନେଇଥିଲେ। ତାଙ୍କର ଅଲଟ୍ରାସାଉଣ୍ଡ ହେଲେ ସମସ୍ୟା ଜଣାପଡ଼ିଥାନ୍ତା। ତେବେ ଦାରିଙ୍ଗବାଡ଼ିରେ ଅଲଟ୍ରାସାଉଣ୍ଡ ବ୍ୟବସ୍ଥା ନ ଥିଲା। ତେଣୁ ତାଙ୍କର ଗଭୀର ସମସ୍ୟା ସମ୍ପର୍କରେ ଜଣାପଡ଼ି ନ ଥିଲା ବୋଲି ସେ କହିଛନ୍ତି। ସେହିଦିନ ତାଙ୍କ ପିଲାର ସ୍ବାସ୍ଥ୍ୟ ଖରାପ ରହିଥିବାରୁ ସେ ବନିଆଙ୍କ ସହ ଯାଇପାରି ନ ଥିଲେ କିନ୍ତୁ ତାଙ୍କ ପଡ଼ୋଶୀ ଆଶାକର୍ମୀ ତାଙ୍କ ସହ ଥିଲେ ବୋଲି ନାହୁଡ଼ସରୁର ଆଶାକର୍ମୀ ନିର୍ମାତା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

ସୂଚନାଯୋଗ୍ୟ, ରବିବାର ବନିଆଙ୍କ ପେଟ ପ୍ରବଳ ବ୍ୟଥା ହେବା ସହ ରକ୍ତସ୍ରାବ ବୃଦ୍ଧି ପାଇଥିଲା ତାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଅଲଟ୍ରାସାଉଣ୍ଡ ବ୍ୟବସ୍ଥା ନଥିବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ଯିବାକୁ ପରାମର୍ଶ ଦେଇଥିଲେ। ଏଥିରେ ଆଶା ଏବଂ ବନିଆଙ୍କ ସ୍ବାମୀ ବନିଆଙ୍କୁ ଗାଁକୁ ଫେରେଇ ଆଣିଥିଲେ। ତେବେ ଘରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଗୁରୁତର ହେବାରୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାକେନ୍ଦ୍ର ଓ ପରେ ସେଠାରୁ ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ପୂର୍ବାହ୍ନରେ ମୃତ୍ୟୁ ହୋଇଥିବା ମୃତ ବନିଆଙ୍କ ସ୍ବାମୀ ସଞ୍ଜୀବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri