ହେଟାବାଘ ଆକ୍ରମଣରେ ଗର୍ଭବତୀ ଗୁରୁତର

ରାଇଘର,୩ା୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ହାତୀଗାଁ ସଂରକ୍ଷିତ ଜଙ୍ଗଲରେ ରବିବାର ହେଟାବାଘ ଆକ୍ରମଣରେ ୩ ଗୁରୁତର ଏବଂ ୫ ଆହତ ହୋଇଛନ୍ତି। ତିମନପୁର ଗ୍ରାମବାସୀ ମହୁଲ ଫୁଲ ଗୋଟାଇବାକୁ ଜଙ୍ଗଲକୁ ଯାଇଥିବାବେଳେ ହେଟାବାଘ ହାବୁଡ଼ରେ ପଡ଼ିଥିଲେ। ୩ ଗୁରୁତରଙ୍କ ମଧ୍ୟରେ ରେଙ୍ଗାଭାଟି ଗାଁର ଗର୍ଭବତୀ ଶାନ୍ତି ଗଣ୍ଡ, ସିଙ୍ଗସାୟ ଗଣ୍ଡ ଏବଂ ତିମନପୁର ଗ୍ରାମର ଜଣେ ରହିଛନ୍ତି।
ସୂଚନା ଅନୁଯାୟୀ, ମହୁଲ ଫୁଲ ଗୋଟାଇବା ବେଳେ ପ୍ରଥମେ ହେଟାବାଘ ତିମନପୁର ଗ୍ରାମର ୩ ଜଣଙ୍କୁ ଆକ୍ରମଣ କରିଥିଲା। ପରେ ନିକଟସ୍ଥ ରେଙ୍ଗାଭାଟି ଗ୍ରାମର ଅନ୍ୟ ୫ ଜଣଙ୍କୁ ଆକ୍ରମଣ କରିଥିଲା। ସମସ୍ତ ଗୁରୁତର ଓ ଆହତଙ୍କୁ ରାଇଘର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ନବରଙ୍ଗପୁର ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଚିକିତ୍ସାବେଳେ ରାଇଘର ବନ ବିଭାଗର କର୍ମଚାରୀ ଉପସ୍ଥିତଥିବା ବେଳେ ହେଟାବାଘ କେଉଁଠାରୁ ଆସିଲା ଏବଂ ଆକ୍ରମଣ ପରେ କୁଆଡ଼େ ଗଲା ତାହା ଜଣାପଡ଼ିନାହିଁ ବୋଲି ବନପାଳ ବିପିନ କୁମାର କହିଛନ୍ତି। ବିଭାଗ ପକ୍ଷରୁ ନଜର ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri