ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ପରିବାର କଲ୍ୟାଣ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି, ୫।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଚିକିତ୍ସା ଅବହେଳାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ତେବେ ଘଟଣାକୁ ରାଜ୍ୟ ସରକାର ଗୁରୁତର ଭାବେ ନେଇଛନ୍ତି।

ତେବେ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଫୁଲବାଣୀ ମେଡିକାଲ କଲେଜ ଓ ହସ୍ପିଟାଲର ବିଶେଷଜ୍ଞ ଦଳକୁ ଏହାର ତଦନ୍ତ କରି ଏକ ସପ୍ତାହ ମଧ୍ୟରେ ରାଜ୍ୟକୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରେ ମେଡିକାଲ କଲେଜର ମେଡ଼ିସିନ ବିଭାଗର ପ୍ରଫେସର ପ୍ରଦୀପ କୁମାର ପାଢ଼ୀଙ୍କ ନେତୃତ୍ୱରେ ଶିଶୁ ଓ ମହିଳା ବିଭାଗର ବିଶେଷଜ୍ଞ ଅନ୍ୟମାନେ ବୁଧବାର ସଂଧ୍ୟାାରେ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତନ ତନ ତଦନ୍ତ କରିଛନ୍ତି। ସେହିଦିନ ଚିକିତ୍ସା ଦାୟିତ୍ୱରେ ରହିଥିବା ଡାକ୍ତର ମୋହିତ ବାଥୱାଲ, ନର୍ସିଂ ଅଫିସର ତୃପ୍ତିଲତା ପ୍ରଧାନ, ଆଟେଣ୍ଡାଣ୍ଟ ଓ ଅନ୍ୟ କର୍ମଚାରୀଙ୍କୁ ଘନ ଘନ ଜେରା କରିଛନ୍ତି । ଏକାଧିକ ପ୍ରଶ୍ନ ପଚାରିବା ସହ ଚିକିତ୍ସା କରାଯାଇଥିବା ସମସ୍ତ ରିପୋର୍ଟ, ଦିଆଯାଇଥିବା ମେଡିସିନ, ଇଞ୍ଜେକ୍ସନ ଆଦିର ତଦନ୍ତ କରିଛନ୍ତି ସୱାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ମଧ୍ୟ ତଦନ୍ତକାରୀ ଦଳ ପଚରାଉଚରା କରିଛନ୍ତି।

ପ୍ରକାଶ ଯେ ମଙ୍ଗଳବାର ଭୋରରେ ସିଆଙ୍ଗବାଲି ପଞ୍ଚାୟତ ଅଞ୍ଚଳର ଗର୍ଭବତୀ ସୁନିମା ପ୍ରଧାନଙ୍କୁ ପେଟ, ଆଖି ଆଦି ବ୍ୟଥା ହେବାରୁ ତାଙ୍କ ସ୍ବାମୀ ସୁରେନ୍ଦ୍ର ପ୍ରଧାନ ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁନିମାଙ୍କ ମୃତ୍ୟୁ ହୋଇଥିଲା ଘଟଣାକୁ ନେଇ ଉତ୍ତେଜନା ଦେଖାଯିବା ସହ ସୁନିମାଙ୍କ ମୃତ ଦେହ ନେବାକୁ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୌଣସି ବ୍ୟବସ୍ଥା ନ କରିବା ଯୋଗୁ ବ୍ୟବଚ୍ଛେଦ ପାଇଁ ବିଳମ୍ବ କରିବା ଅଭିଯୋଗରେ ମୃତ ଦେହକୁ ସମ୍ପର୍କୀୟମାନେ କାନ୍ଧରେ ବୋହି ପ୍ରାୟ ୮ କିମି ଦୂର ଚାଲି ଚାଲି ଘରେ ପହଞ୍ଚିଥିଲେ। ପୋଲିସ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ଉତ୍ୟକ୍ତ ଲୋକ କୌଣସି କଥା ଶୁଣିନଥିଲେ। ତେବେ ଘଟଣାଟି ପ୍ରଘଟ ହେବା ପରେ ରାଜ୍ୟ ସରକାର ଏହାର ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri