୨ କି.ମି. ଚାଲିଲେ ଗର୍ଭବତୀ

ବନ୍ତ,୨୩।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ତାଳବାଙ୍କ ଆଦିବାସୀ ସାହିକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ଚାଲି ଚାଲି ମୁଖ୍ୟରାସ୍ତା ପର୍ଯ୍ୟନ୍ତ ଯିବାକୁ ପଡ଼ିଛି। ଗତ ଗୁରବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଛି।

ପ୍ରକାଶ ଯେ, ତାଳବାଙ୍କ ଆଦିବାସୀ ସାହିର ନାଥ ମୁଣ୍ଡାଙ୍କ ସ୍ତ୍ରୀ ବୁଦୁନି(୨୫) ପ୍ରସବ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। କିଛି ସମୟ ମଧ୍ୟରେ ଆମ୍ବୁଲାନ୍ସ ଆସିଥିଲା। କିନ୍ତୁ ରାସ୍ତା ଖରାପ ଯୋଗୁ ଗ୍ରାମ ମଧ୍ୟକୁ ଆସି ନ ପାରି ଆମ୍ବୁଲାନ୍ସ ୨ କି.ମି. ଦୂର ମୁଖ୍ୟ ରାସ୍ତାରେ ଅଟକି ରହିଥିଲା। ଫଳରେ ଆଶାକର୍ମୀ ଓ ପରିବାର ଲୋକେ ବୁଦୁନିଙ୍କୁ ଚଲାଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବା ପରେ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।
ବାଲିଗଢ଼ିଆ ଆର୍‌.ଡି ରୋଡ୍‌ଠାରୁ ତାଳବାଙ୍କ ରେବ ନଦୀ ପର୍ଯ୍ୟନ୍ତ ଅଢ଼େଇ କି.ମି. ରାସ୍ତା ଗତ ୧୦ ବର୍ଷ ହେବ ମରାମତି ହୋଇନାହିଁ। ଫଳରେ ରାସ୍ତା ଖାଲଖମାରେ ପରିଣତ ହୋଇଛି। ବର୍ଷାଦିନେ ଚାଲିକି ଯିବା କଷ୍ଟକର ହୋଇପଡୁଛି। ଏହି ଗ୍ରାମରେ ପ୍ରାୟ ୨ ଶହ ଅନୁସୂଚିତ ଜନଜାତି ସମେତ ପ୍ରାୟ ୫ ଶହରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଉକ୍ତ ରାସ୍ତା ମରାମତି କରା ନ ଗଲେ ଭୋଟ୍‌ ବର୍ଜନ କରିବେ ବୋଲି ନନ୍ଦକିଶୋର ବାରିକ, କାହ୍ନୁ ଚରଣ ନାୟକ, ଟିମା ମୁଣ୍ଡା, ଶଙ୍କର ମୁଣ୍ଡା, ମଧୁ ମୁଣ୍ଡାଙ୍କ ସମେତ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏବିଡିଓ ନିଶିକାନ୍ତ ଖୁଣ୍ଟିଆଙ୍କୁ ପଚାରିବାରୁ ଉକ୍ତ ରାସ୍ତା ମରାମତି ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?