ଗର୍ଭବତୀଙ୍କୁ ଖୁବ୍‌ଶୀଘ୍ର ଟିକା

ଭୁବନେଶ୍ୱର, ୨ା୭(ବ୍ୟୁରୋ):ରାଜ୍ୟରେ ଏଣିକି ଗର୍ଭବତୀଙ୍କୁ ଦିଆଯିବ ଟିକା। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଆସିଛି। ତେଣୁ ରାଜ୍ୟରେ ଖୁବ୍‌ଶୀଘ୍ର ତାହା ଆରମ୍ଭ କରାଯିବ। ସେପଟେ ଗୁରୁବାର ଆଉ ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଭୁବନେଶ୍ୱରରେ ଆସି ପହଞ୍ଚତ୍ଛି। ଶୁକ୍ରବାର ଆଉ ୧୦ଲକ୍ଷ ଡୋଜ୍‌ ଟିକା ଆସିବାର ସମ୍ଭାବନା ରହିଛି। ସେହିପରି ସିରମ ଇନଷ୍ଟିଚ୍ୟୁଟ୍‌ରୁ ୮ ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଆସିପାରେ ବୋଲି ମହାପାତ୍ର କହିଛନ୍ତି।
ରାଜ୍ୟରେ ଟିକା ନ ଥିବାରୁ ଗୁରୁବାର ୧୬ ଜିଲାରେ ଟିକାକରଣ ବନ୍ଦ ରହିଥିଲା। ସରକାରଙ୍କ ପାଖରେ ମାତ୍ର ୧୯,୫୨୦ଡୋଜ୍‌ କୋଭିଶିଲ୍ଡ ଟିକା ଥିବାରୁ କେବଳ ୧୨୩ କେନ୍ଦ୍ରରେ ଟିକାକରଣ ହୋଇଥିଲା। ତେବେ ଗୁରୁବାର ୧ ଲକ୍ଷ ଟିକା ପହଞ୍ଚତ୍ଥିବାରୁ ବର୍ତ୍ତମାନ ରାଜ୍ୟରେ ୧,୧୪,୬୬୦ ଡୋଜ୍‌ କୋଭିଶିଲ୍ଡ ଏବଂ ୪,୪୨,୧୩୦ ଡୋଜ୍‌ କୋଭାକ୍ସିନ ଟିକା ଗଚ୍ଛିତ ରହିଛି। ଶୁକ୍ରବାର ରାଜ୍ୟର ୧୦୨ କେନ୍ଦ୍ରରେ ଟିକାକରଣ ହେବ, ଯେଉଁଥିରେ କେବଳ ଭୁବନେଶ୍ୱରରେ ୬୯ କେନ୍ଦ୍ର ରହିଛି। ତେବେ ୧୭ ଜିଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁରରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସେପଟେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ତୃତୀୟ ଲହର ପୂର୍ବରୁ ଟିକାକରଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। କିନ୍ତୁ କେନ୍ଦ୍ର ସରକାର ଟିକା ଯୋଗାଣରେ ବିଳମ୍ବ କରୁଥିବାରୁ ଲକ୍ଷ୍ୟ ଅନୁଯାୟୀ ଦୈନିକ ୩ଲକ୍ଷ ଟିକାକରଣ ହୋଇପାରୁନାହିଁ ବୋଲି ସେ କହିଛନ୍ତି। ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୦୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୫ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?