Posted inଖେଳ

ପ୍ରୀତି ପାଓ୍ବାରଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ହାଙ୍ଗଝୋ,୧।୧୦: ଭାରତୀୟ ବକ୍ସର ପ୍ରୀତି ପାଓ୍ବାର ଚଳିତ ଏସିଆନ୍‌ ଗେମ୍ସ ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ଏହା ସହିତ ଆସନ୍ତା ପ୍ୟାରିସ୍‌ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିପରି ଅଲିମ୍ପିକ୍ସ ପଦକ ବିଜୟିନୀ ଲଭଲିନା ବୋର୍ଗୋହେନ୍‌ ମଧ୍ୟ ସେମିରେ ପ୍ରବେଶ କରିଛନ୍ତି। ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବା ପାଇଁ ଲଭଲିନାଙ୍କୁ ଆଉ ଏକ ବିଜୟ ଆବଶ୍ୟକ। ମହିଳା ୫୪ କିଗ୍ରା କ୍ୱାର୍ଟର ଫାଇନାଲରେ ୧୯ ବର୍ଷୀୟା ପ୍ରୀତି ଚମତ୍କାର ପ୍ରଦର୍ଶନ କରିଥିଲେ। କାଜାଖସ୍ତାନର ଜାଇନା ସେକେରବେକୋଭାଙ୍କୁ ୪-୧ରେ ପରାସ୍ତ କରିବା ସହିତ ଭାରତ ପାଇଁ ଏକ ପଦକ ନିଶ୍ଚିତ କରିଥିବା ବେଳେ ପ୍ରଥମ ଥର ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିପରି ୭୫ କିଗ୍ରା ଓଜନ ବର୍ଗରେ ଅଲିମ୍ପିକ୍ସ ପଦକ ବିଜୟିନୀ ଲଭଲିନା ବୋର୍ଗୋହେନ୍‌ ୫-୦ରେ ଦକ୍ଷିଣ କୋରିଆର ସେଓଙ୍ଗ ସୁଏଓନଙ୍କୁ ପରାସ୍ତ କରିଛନ୍ତି। ପ୍ରଥମ ରାଉଣ୍ଡ ବାଇ ପାଇଥିବା ଲଭଲିନା ନିଜ ଉଚ୍ଚତାର ଫାଇଦା ଉଠାଇଥିଲେ। ସମସ୍ତ ୫ ଜଜ୍‌ ଲଭଲିନାଙ୍କ ସପକ୍ଷରେ ରାୟ ଦେଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ମହିଳା ବକ୍ସିଂ ଇଭେଣ୍ଟର ୫୦, ୫୪, ୫୭ ଓ ୬୦ କିଗ୍ରା ଓଜନ ବର୍ଗରେ ସେମି ଫାଇନାଲିଷ୍ଟଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା ମିଳୁଥିବା ବେଳେ ୬୬ ଓ ୭୫ କିଗ୍ରା ବର୍ଗର ଫାଇନାଲିଷ୍ଟଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri