Posted inଖେଳ

ରୋହିତ ଶର୍ମାଙ୍କୁ କିଣିବାକୁ ନିଜ ଜୀବନକୁ ବାଜି ଲଗାଇଦେବେ କହିଲେ ପ୍ରୀତି ଜିଣ୍ଟା

ନୂଆଦିଲ୍ଲୀ,୧୪।୪: ଆଇପିଏଲ ୨୦୨୪ରେ ପଞ୍ଜାବ କିଙ୍ଗ୍ସର ପ୍ରଦର୍ଶନ ଏପର୍ଯ୍ୟନ୍ତ ବିଶେଷ କିଛି ଆଖି ଦୃଶିଆ ହୋଇନାହିଁ । ପଞ୍ଜାବ କିଙ୍ଗସ ଏପର୍ଯ୍ୟନ୍ତ ୬ଟି ମ୍ୟାଚ ମଧ୍ୟରୁ ଦୁଇଟି ଜିତିଥିବାବେଳେ ଚାରିଟି ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଛି। ଆଇପିଏଲ ୨୦୨୪ ର ପଏଣ୍ଟ ଟେବୁଲରେ ପଞ୍ଜାବ କିଙ୍ଗସ ଅଷ୍ଟମ ସ୍ଥାନରେ ଅଛନ୍ତି । ରାଜସ୍ଥାନ ରୟାଲ୍ସ ବିପକ୍ଷ ଶେଷ ମ୍ୟାଚରେ ପଞ୍ଜାବ କିଙ୍ଗସ ୩ ୱିକେଟରେ ହାରିଛି।

ଏହି ମ୍ୟାଚରେ ପଞ୍ଜାବ କିଙ୍ଗସ (ପିବିକେଏସ) ଅଧିନାୟକ ଶିଖର ଧାୱନ ଆହତ କାରଣରୁ ମ୍ୟାଚ ପାଇଁ ଉପଲବ୍ଧ ନଥିଲେ। ତାଙ୍କ ସ୍ଥାନରେ ସାମ କରନଙ୍କୁ ଦଳର କ୍ୟାପଟେନଶିପ ଦିଆଯାଇଥିଲା, କିନ୍ତୁ ସାମ କୁରାନଙ୍କ ଅଧିନାୟକତ୍ୱରେ ପଞ୍ଜାବ କିଙ୍ଗସ ହାରି ଯାଇଥିଲା। ଏହି ମ୍ୟାଚ ପରେ ପଞ୍ଜାବ କିଙ୍ଗ୍ସର ସହ-ମାଲିକ ବା କୋ-ଓନର ପ୍ରୀତି ଜିଣ୍ଟା ଷ୍ଟାର ସ୍ପୋର୍ଟସ ସହିତ କଥାବାର୍ତ୍ତା କରୁଥିବା ସମୟରେ ଅନେକ ଗୁରୁତ୍ୱପୂର୍ଣ୍ଣ କଥା ପ୍ରକାଶ କରିଥିଲେ। ସେ କହିଛନ୍ତି ଯେ ତାଙ୍କ ଦଳର ଜଣେ ଅଧିନାୟକ ଆବଶ୍ୟକ, ଯିଏ ଖେଳାଳିଙ୍କ ପାଇଁ ସ୍ଥିରତା ଏବଂ ଚାମ୍ପିଅନ ମାନସିକତା ଆଣି ପାରିବେ।
ସୂଚନାଯୋଗ୍ୟ, ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା କହିଛନ୍ତି ଯେ ପାଞ୍ଚ ଥର ଆଇପିଏଲ ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ରୋହିତ ଶର୍ମାଙ୍କର ସମସ୍ତ ଦକ୍ଷତା ଅଛି ଯାହା ତାଙ୍କ ଦଳ ଖୋଜୁଛି। ଷ୍ଟାର୍‌ ସ୍ପୋର୍ଟସ ସହିତ କଥାବାର୍ତ୍ତା ବେଳେ ପ୍ରୀତି କହିଛନ୍ତି ଯେ ଆଇପିଏଲ ୨୦୨୫ରେ ରୋହିତଙ୍କୁ କିଣିବା ପାଇଁ ମୁଁ ମୋ ଜୀବନକୁ ବାଜି ଲଗାଇ ଦେଇପାରେ। ଯଦି ରୋହିତ ମେଗା ନିଲାମରେ ଉପଲବ୍ଧ ତେବେ ପ୍ରୀତି ଜିଣ୍ଟା ନିଶ୍ଚିତ ଭାବରେ ତାଙ୍କୁ କିଣିବାକୁ ଚାହିଁବେ।
ରିକି ପଣ୍ଟିଂ ପରେ ରୋହିତ ଶର୍ମାଙ୍କୁ ୨୦୧୩ ଆଇପିଏଲ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ ଦିଆଯାଇଥିଲା। ଏହା ପରେ ରୋହିତ ଶର୍ମା ମୁମ୍ବାଇକୁ ଆସିବା ମାତ୍ରେ ଚାମ୍ପିୟନ କରିଥିଲେ ଏବଂ ଏଠାରୁ ରୋହିତ ଏବଂ ମୁମ୍ବାଇ ଦଳ ପଛକୁ ଚାହିଁ ନଥିଲେ। ରୋହିତଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଦଳ ୫ ଥର (୨୦୧୩, ୨୦୧୫, ୨୦୧୭, ୨୦୧୯ ଏବଂ ୨୦୨୦) ଆଇପିଏଲ ଟାଇଟଲ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri