Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର ଚତୁର୍ଥ ବିଜୟ ହୋଇଥିବା ବେଳେ କୋଲକାତା ଲାଗି ଏହା ଚତୁର୍ଥ ପରାଜୟ।
ବିଜୟ ପରେ ପଞ୍ଜାବ ଦଳର ମାଲିକାଣୀ ପ୍ରୀତି ଜିଣ୍ଟା ବହୁତ ଖୁସି ଥିଲେ, ସେ ପଡ଼ିଆରେ ଥିବା ସମସ୍ତ ଖେଳାଳିଙ୍କୁ ଭେଟି ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ମ୍ୟାଚର ଶ୍ରେଷ୍ଠ ଖେଳାଳି ୟୁଜବେନ୍ଦ୍ର ଚହଲଙ୍କୁ ମଧ୍ୟ ଆଲିଙ୍ଗନ କରିଥିଲେ। ବିଜୟ ପରେ ମଧ୍ୟ ପ୍ରୀତି ଥରି ଉଠିଥିଲେ, ସେ ନିଜେ କୋଚଙ୍କୁ ଏହା କହିଥିଲେ!

୧୧୨ ରନର ପିଛା କରି କୋଲକାତା ନାଇଟ ରାଇଡର୍ସ ୬୨/୨ କରିଥିଲା, ୭୫ ବଲରୁ ୫୦ ରନ ଆବଶ୍ୟକ କରୁଥିଲା ଏବଂ ଏହି ସମୟ ପର୍ଯ୍ୟନ୍ତ କେହି ଭାବି ନ ଥିଲେ ଯେ ପଞ୍ଜାବ କିଙ୍ଗ୍ସ ଏଠାରୁ ମ୍ୟାଚ ଜିତିପାରିବ। କିନ୍ତୁ ୟୁଜବେନ୍ଦ୍ର ଚହଲ ଏହି ଭାଗୀଦାରି ଭାଙ୍ଗି ରାହାଣେଙ୍କୁ ଏଲବିଡବ୍ଲୁ ଆଉଟ କରିଥିଲେ, ଏହା ମ୍ୟାଚ୍‌ର ମୋଡ଼ ସାବ୍ୟସ୍ତ ହୋଇଥିଲା। କାରଣ ଏହିଠାରୁ କେକେଆର ବ୍ୟାଟସମ୍ୟାନମାନେ ତାସ ପତା ପରି ଭାଙ୍ଗି ପଡ଼ିଥିଲେ। ପ୍ରୀତି ଜିଣ୍ଟାଙ୍କ ଦୁଃଖ ଖୁସିରେ ପରିଣତ ହେଲା।

ବିଜୟ ପରେ ପଞ୍ଜାବ କିଙ୍ଗ୍ସର ମାଲିକାଣୀ ପ୍ରୀତି ପ୍ରଥମେ ଗ୍ରାଉଣ୍ଡକୁ ଯାଇଥିଲେ, ସେ ଅଧିନାୟକ ଶ୍ରେୟସ ଆୟରଙ୍କ ସମେତ ସମସ୍ତ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ସମୟରେ ସେ କୋଚ ରିକି ପଣ୍ଟିଂଙ୍କୁ ଭେଟି ତାଙ୍କୁ ଆଲିଙ୍ଗନ କରିଥିଲେ। ଏହା ପରେ, ସେ କୋଚଙ୍କୁ ତାଙ୍କ ଦୁଇ ହାତ ଛୁଇଁବାକୁ କହିଥିଲେ। ଭିଡିଓରେ ଦେଖାଯାଉଛି ଯେ, ତାଙ୍କ ଦୁଇ ହାତ ଥରୁଛି।

ଟସ୍‌ ଜିତି ବ୍ୟାଟିଂ କରିଥିବା ପଞ୍ଜାବ ୧୫.୩ ଓଭରରେ ୧୧୧ ରନ କରି ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ପ୍ରଭସିମରନ ସିଂ ୩୦ (୨ ଚୌକା ଓ ୩ ଛକା), ପ୍ରିୟାଂଶ ଆର୍ଯ୍ୟ ୨୨ (୩ ଚୌକା ଓ ୧ ଛକା), ଶଶାଙ୍କ ସିଂ (୧୮), ଜାଭିଅର ବାର୍ଟଲେଟ (୧୧) ଓ ନେହାଲ ଓ୍ବାଧେରା (୧୦)ଙ୍କୁ ଛାଡ଼ି ଦେଲେ ଅନ୍ୟ କେହି ଦୁଇ ଅଙ୍କ ସ୍କୋର ଛୁଇଁପାରିନଥିଲେ। କୋଲକାତା ପକ୍ଷରୁ ହର୍ଷିତ ରାଣା ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ବରୁଣ ଚକ୍ରବର୍ତ୍ତୀ ଓ ସୁନୀଲ ନାରିନ ଦୁଇଟି ଲେଖାଏ ଉଇକେଟ ହାତେଇଥିଲେ। ଛୋଟିଆ ଲକ୍ଷ୍ୟ ନେଇ ଓହ୍ଲାଇଥିବା କୋଲକାତା ମଧ୍ୟ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଦଳ ୧୫.୧ ଓଭରରେ ୯୫ ରନ କରି ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଅଙ୍ଗକ୍ରିଶ ରଘୁବଂଶୀ ୩୭(୫ ଚୌକା ଓ ୧ ଛକା), ଅଧିନାୟକ ଅଜିଙ୍କ୍ୟ ରାହାନେ ୧୭ ଓ ଆନ୍ଦ୍ରେ ରସେଲ ୧୭ ରନ କରିଥିଲେ। ଅନ୍ୟ କେହି ଦୁଇ ଅଙ୍କ ସ୍କୋର ଛୁଇଁପାରିନଥିଲେ। ପଞ୍ଜାବ ଲାଗି ୟୁଜବେନ୍ଦ୍ର ଚହଲ ସର୍ବାଧିକ ୪ ଓ ମାର୍କୋ ଜାନସେନ ୩ଟି ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri