ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣା ଦେଇଛନ୍ତି। ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଚାଉଳମେନ୍ଦି ସଦରରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନ୍ୟାୟ ଦାବିରେ ମହିଳା ମହିଳା ଜଣକ ଦିନରାତି ବର୍ଷାକୁ ଖାତିର ନ କରି ଧାରଣାରେ ବସିଥିବା ଦେଖିବାକୁ ମିଳିଛି।

ସୂଚନା ଅନୁଯାୟୀ, ଉଭୟ ଯୁବତୀ ଓ ଯୁବକ ବିବାହିତ । ଏହାପରେ ମଧ୍ୟ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ପରେ ଯୁବକ ଜଣକ ବିବାହ କରିବାର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ବର୍ତ୍ତମାନ ଉକ୍ତ ଯୁବତୀ ଜଣକ ନିଜର ପ୍ରଥମ ପତିକୁ ଛାଡି ବିବାହ ପାଇଁ କହିବାରୁ ଅଭିଯୁକ୍ତ ଯୁବକ ଫେରାର୍‌ ହୋଇଯାଇଛନ୍ତି।

ଯୁବତୀଙ୍କ ଅଭିଯୋଗ ଅନୁସାରେ, ଯୁବକ ଜଣଙ୍କ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ସ୍ଥାପନ ପରେ ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିଲେ। ଏହାକୁ ନେଇ ପୂର୍ବରୁ ମାମଲା ରୁଜୁ ହୋଇଥିଲା ଏବଂ ଅଭିଯୁକ୍ତ କିଛିଦିନ ଜେଲ୍‌ରେ ରହିବା ପରେ ଏବେ ବେଲ୍‌ରେ ଆସିଛନ୍ତି। ବେଲ୍‌ରେ ବାହାରିବା ପରେ ତାଙ୍କୁ ବିବାହ କରିବେ ବୋଲି ଯୁବକ ତାଙ୍କୁ ପୁଣି ଆଶ୍ୱାସନ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେ ଘର ଛାଡ଼ି ଚାଲିଯାଇଥିବାରୁ ନ୍ୟାୟ ପାଇଁ ସେ ପ୍ରେମିକଙ୍କ ଘର ବାରାଣ୍ଡାରେ ୩ ଦିନ ଧରି ଧାରଣାରେ ବସି ରହିଛନ୍ତି। ପ୍ରେମିକଙ୍କ ପରିବାର ଏବଂ ଗାଁର କିଛି ସାମାଜିକ କର୍ମୀ ତାଙ୍କୁ ନ୍ୟାୟ ମିଳିବ ବୋଲି ପୂର୍ବରୁ କଥା ଦେଇଥିଲେ। ସେମାନଙ୍କ କଥାବାର୍ତ୍ତାର ରେକର୍ଡିଂ ମଧ୍ୟ ତାଙ୍କ ପାଖରେ ଥିବା ଯୁବତୀ ଜଣକ ଦାବି କରିଛନ୍ତି। ହେଲେ ବର୍ତ୍ତମାନ କେହି ଫୋନ ଉଠାଉନାହାନ୍ତି କିମ୍ବା ସହଯୋଗ କରୁନାହାନ୍ତି ବୋଲି ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri