ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ବଇଣ୍ଡା,୨୨।୧ (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଶୁକ୍ରବାର ଏକ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଲଲିତ ମୋହନ ବେହେରାଙ୍କ ସଭାପତିତ୍ୱରେ ଏହି ବୈଠକରେ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନ, ଆଠମଲ୍ଲିକ ଥାନା ଆଇଆଇସି ନିରୋଦ କୁମାର ଦାସ, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ବିଜୟ କୁମାର ସାହୁ, ଅଗ୍ନିଶମ ବିଭାଗ ଅଧିକାରୀ ତପନ କୁମାର ସାମଲ, ଜିତେନ୍ଦ୍ର କୁମାର ମୁଖୀ, ସବଜେଲ୍‌ର ପବିତ୍ର କୁମାର ସାହୁ, ଜଗମୋହନ ପଣ୍ଡା, ଆଭାସ କୁମାର କ୍ଷେତି, ଦୁର୍ଗାପ୍ରସାଦ ପଟ୍ଟନାୟକ, ବିନୟ କୁମାର ପଟ୍ଟନାୟକ, ଆସିଷ୍ଟାଣ୍ଟ କଲେକ୍ଟର କୁଳମଣି ଦଳେଇ, ନଗେନ ରାଉତଙ୍କ ସମେତ ବହୁ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ। କୋଭିଡ୍‌ ନିୟମ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ପରେଡ୍‌ରେ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିବେ ନାହିଁ। କେବଳ ଅତିଥି ଓ ପୋଲିସ କର୍ମଚାରୀଙ୍କୁ ନେଇ କାର୍ଯ୍ୟକ୍ରମ ପାଳନ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri