ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ବଇଣ୍ଡା,୨୨।୧ (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଶୁକ୍ରବାର ଏକ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଲଲିତ ମୋହନ ବେହେରାଙ୍କ ସଭାପତିତ୍ୱରେ ଏହି ବୈଠକରେ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନ, ଆଠମଲ୍ଲିକ ଥାନା ଆଇଆଇସି ନିରୋଦ କୁମାର ଦାସ, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ବିଜୟ କୁମାର ସାହୁ, ଅଗ୍ନିଶମ ବିଭାଗ ଅଧିକାରୀ ତପନ କୁମାର ସାମଲ, ଜିତେନ୍ଦ୍ର କୁମାର ମୁଖୀ, ସବଜେଲ୍‌ର ପବିତ୍ର କୁମାର ସାହୁ, ଜଗମୋହନ ପଣ୍ଡା, ଆଭାସ କୁମାର କ୍ଷେତି, ଦୁର୍ଗାପ୍ରସାଦ ପଟ୍ଟନାୟକ, ବିନୟ କୁମାର ପଟ୍ଟନାୟକ, ଆସିଷ୍ଟାଣ୍ଟ କଲେକ୍ଟର କୁଳମଣି ଦଳେଇ, ନଗେନ ରାଉତଙ୍କ ସମେତ ବହୁ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ। କୋଭିଡ୍‌ ନିୟମ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ପରେଡ୍‌ରେ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିବେ ନାହିଁ। କେବଳ ଅତିଥି ଓ ପୋଲିସ କର୍ମଚାରୀଙ୍କୁ ନେଇ କାର୍ଯ୍ୟକ୍ରମ ପାଳନ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା।