ଘୁମୁରା ପାଇଁ ପ୍ରସ୍ତୁତି: ଉତ୍ସବକୁ ସରସ ସୁନ୍ଦର କରିବା ଲକ୍ଷ୍ୟ

ଥୁଆମୂଳ ରାମପୁର,୨୭ା୧୨ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ସମିତି ସଭାଗୃହଠାରେ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ଅଧ୍ୟକ୍ଷତା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ବ୍ଲକ ପ୍ରତିନିଧି ପବିତ୍ର ନାଏକ, ଭାଜପା ନେତା ବିଷ୍ଣୁ ନାଏକ ପ୍ରମୁଖ ଉପସ୍ଥିତ ରହି ଉତ୍ସବ କିଭଳି ସରସ ସୁନ୍ଦର ହୋଇପାରିବ ସେ ବିଷୟରେ ଆଲୋଚନା କରିଥିଲେ। ଆସନ୍ତା ଜାନୁଆରୀ ୭ ଓ ୮ ତାରିଖ ଦୁଇଦିନ ଧରି ଥୁଆମୂଳ ରାମପୁର ସଦର ବାବା ଖଣ୍ଡୁଆଳ ଖେଳ ପଡିଆଠାରେ ଉତ୍ସବ ଆୟୋଜନ ହେବ। ଏହାର ପରିଚାଳନା ପାଇଁ ଉତ୍ସବ ପାଳନ କମିଟି, ସବ୍‌ କମିଟି, ଅତିଥି ସମ୍ବର୍ଦ୍ଧନା କମିଟି, ମଞ୍ଚ ପରିଚାଳନା କମିଟି ଗଠନ କରାଯାଇ ଦାୟିତ୍ୱ ପ୍ରଦାନ କରାଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଖବରଦାତା ବଳଭଦ୍ର ବାଗ, ଦୁର୍ଗା କୀର୍ତ୍ତି, ହିତେଶ ନାଏକଙ୍କ ସମେତ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ କର୍ମଚାରୀ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ ପରିଚାଳନା କରିଥିବାବେଳେ ବ୍ଲକ ଅଧ୍ୟକ୍ଷ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri