ନାକ୍‌ ମାନ୍ୟତା ପାଇଁ ପ୍ରସ୍ତୁତି ଜୋର୍‌ଦାର

ଗଞ୍ଜାମ,୧୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହର ଦାମୋଦରପୁରଠାରେ ଗଞ୍ଜାମ ମହାବିଦ୍ୟାଳୟ ଅବସ୍ଥିତ। ବର୍ତ୍ତମାନ ଏହି କଲେଜ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ପରିଲକ୍ଷିତ ହୋଇଛି। ଏହି ମହାବିଦ୍ୟାଳୟ ବହୁ ପୁରାତନ ହୋଇଥଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ନାକ ମାନ୍ୟତା ମିଳି ପାରିନାହିଁ। କଲେଜ ଅଧ୍ୟକ୍ଷ ଡକ୍ଟର ପ୍ରବୀଣ କୁମାର ନନ୍ଦ, ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରଫେସର ଅମର ବିଶୋଇଙ୍କ ସମେତ ଅନ୍ୟାନ୍ୟ ଅଧ୍ୟାପିକା, ଅଧ୍ୟାପକ ନାକ ମାନ୍ୟତା ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବା ଜଣାପଡିଛି। ନାକ ମାନ୍ୟତା ପାଇଁ ଜମି ଅଧିଗ୍ରହଣ ମୁଖ୍ୟ ସମସ୍ୟା। କଲେଜର ୬ ଏକର ଜାଗା ମଧ୍ୟରୁ ଏକ ଏକର ଜାଗା ରେଲୱେର। ବଳକା ୫ ଏକରରୁ ୨ ଏକର ଜମି ଶ୍ମ୍ମଶାନ ଜାଗା। ଉକ୍ତ ଦୁଇ ଏକର ଜମି କଲେଜ ନାମରେ ପଟ୍ଟା ପାଇଁ ଆରଡିସିକୁ ଲିଖିତ ଭାବେ ଅବଗତ କରାଯାଇଥିବା କଲେଜ ଅଧ୍ୟକ୍ଷ ନନ୍ଦ କହିଛନ୍ତି। ଖୁବଶୀଘ୍ର ପଟ୍ଟା ହେବା ପାଇଁ ଆରଡିସି ପକ୍ଷରୁ ପ୍ରତିଶ୍ରୁତି ମିଳିଥିବା ସେ କହିଛନ୍ତି। ମାତ୍ର ୩ ଏକର ଜାଗା କଲେଜ ନାମରେ ରେଜିଷ୍ଟ୍ରେଶନ ଥିବା ବେଳେ କେଶ୍‌ ନଂ ୨୧୯୬/୨୦୧୬ କୋର୍ଟରେ ବିଚାରାଧୀନ ରହିଛି। ଏନେଇ ଆର୍‌ଡିସି ଅଫିସ ପକ୍ଷରୁ ଏଡିଶନାଲ କମିଶନ ସେଟଲମେଣ୍ଟକୁ ଅବଗତ କରାଯାଇଛି ବୋଲି କଲେଜ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଏହି କଲେଜରେ ଆବଶ୍ୟକ ଶ୍ରେଣୀଗୃହ ଅଭାବ ଥିବା ବେଳେ ବିଭିନ୍ନ ବିଭାଗରେ ଅଧ୍ୟାପିକା ଅଧ୍ୟାପକ ପଦବୀ ଖାଲି ରହିଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୨୦ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟ ଅଟକଳରେ ୪ଟି ଶ୍ରେଣୀଗୃହ ନିର୍ମାଣ ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି ଏବଂ ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗର ୧୦ ଲକ୍ଷ ଟଙ୍କାରେ ବାଳିକା କମନ ରୁମ, ବାଳକ କମନ ରୁମ ଓ ଷ୍ଟାଫ କମନ ରୁମ ନିର୍ମାଣ କାର୍ଯ୍ୟ ଚାଲିଛି। ସେହିପରି ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ହାତପାଣ୍ଠିରୁ ୧୪ ଲକ୍ଷ ଟଙ୍କାରେ ୧୨୦୦ ବର୍ଗଫୁଟରେ ସ୍ମାର୍ଟ କ୍ଲାସ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଆସନ୍ତା ୫ ରୁ ୬ ମାସ ମଧ୍ୟରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରି ନାକ୍‌ ମାନ୍ୟତା ପାଇଁ କଲେଜ କର୍ତ୍ତୃପକ୍ଷ ଆଶାବାଦୀ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri