ଶିକ୍ଷାନୁଷ୍ଠାନ ପୃଥକୀକରଣ ପ୍ରସ୍ତୁତି

ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲାରେ ପ୍ରସ୍ତାବିତ ଶିକ୍ଷାନୁଷ୍ଠାନ ପୃଥକୀକରଣ କାର୍ଯ୍ୟ ଲାଗି ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲା ସଦ୍‌ଭାବନା ଗୃହରେ ଗୁରୁବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ ଢେଙ୍କାନାଳ ଜିଲା ଶିକ୍ଷାର ହବ୍‌ ହେବାକୁ ଯାଉଛି। ଜିଲା ପ୍ରଶାସନ ପକ୍ଷରୁ ଶିକ୍ଷାର ଉନ୍ନତି ଲାଗି ବହୁବିଧ ପଦକ୍ଷେପ ନିଆଯାଉଛି। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୋଟିଏ କଲେଜ ପରିସରରେ ଥିବା ଡିଗ୍ରୀ କଲେଜ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକୁ ପୃଥକୀକରଣ କରାଯିବ। ଏଥିଲାଗି ଆବଶ୍ୟକ ପଦକ୍ଷେପ ନେବା ସହିତ ସହଯୋଗ କରିବାକୁ ଜିଲାପାଳ ବୈଠକରେ ଉପସ୍ଥିତ ଡିଗ୍ରୀ ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ନିବେଦନ କରିଛନ୍ତି।
ସମ୍ମିଶ୍ରିତ ମହାବିଦ୍ୟାଳୟରେ ଥିବା ଡିଗ୍ରୀ କଲେଜ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜମି, ଶ୍ରେଣୀଗୃହ, ପ୍ରୟୋଗଶାଳା, ପାଠାଗାରଗୁଡ଼ିକର ପୃଥକୀକରଣ ହେବ। ଶିକ୍ଷାନୁଷ୍ଠାନର ନିଜସ୍ବ ଜମିପଟ୍ଟା ଲାଗି ଆବେଦନ କରାଯିବ। ବିଦ୍ୟୁତ୍‌ ସଂଯୋଗ ସାଙ୍ଗକୁ ଇଣ୍ଟରନେଟ୍‌ ସୁବିଧା କରାଯିବ। ଆବଶ୍ୟକ ସୌନ୍ଦର୍ଯ୍ୟକରଣ, ଆପ୍ରୋଚ୍‌ ରୋଡ୍‌ ନିର୍ମାଣକୁ ଗୁରୁତ୍ୱ ଦିଆଯିବ। ଏସବୁ କାର୍ଯ୍ୟ ସୁଚାରୁରୁପେ କାର୍ଯ୍ୟକାରୀ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଉତ୍ତରାଞ୍ଚଳ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ଜେନା, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ବିଭିନ୍ନ କଲେଜର ଅଧ୍ୟକ୍ଷଙ୍କ ସମେତ ଶିକ୍ଷା ବିଭାଗର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?