ଓମିକ୍ରନ୍‌ ମୁକାବିଲା ପ୍ରସ୍ତୁତି

ନୂଆଦିଲ୍ଲୀ, ୧ା୧୨: ବିଶ୍ୱର ଅନେକ ଦେଶକୁ ବ୍ୟାପିବାରେ ଲାଗିଥିବା କୋଭିଡ୍‌ ଭାରିଆଣ୍ଟ ଓମିକ୍ରନ ବିରୋଧରେ ଲଢ଼େଇ ଭାରତରେ ପ୍ରସ୍ତୁତି ଚାଲିଛି। ଦେଶରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କେନ୍ଦ୍ର ସରକାର କହିଛନ୍ତି। କୌଣସି ସଂକ୍ରମିତ ଯେପରି ଟେଷ୍ଟିଂ ବା ମନିଟରିଂରୁ ବର୍ତ୍ତି ନ ଯାଆନ୍ତି ତାହା ଉପରେ ଧ୍ୟାନ ଦେବାକୁ ଗୁରୁତ୍ୱ ଦିଆଯାଇଛି। ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ଉଚ୍ଚସ୍ତରୀୟ ବୈଠକରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସଚିବମାନଙ୍କ ସହ ଏ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଓମିକ୍ରନ ଭାରିଆଣ୍ଟ ଆର୍‌ଟି-ପିସିଆର୍‌ ଏବଂ ରାପିଡ୍‌ ଆଣ୍ଟିଜେନ ଟେଷ୍ଟ(ଆର୍‌ଏଟି)ରେ ଡିଟେକ୍ଟ ହୋଇପାରିବ। ତେଣୁ ବିଭିନ୍ନ ବିମାନବନ୍ଦର, ପୋର୍ଟ, ଭୂସୀମା ଦେଇ ଆସୁଥିବା ବିଦେଶୀ ଯାତ୍ରୀଙ୍କ ଉପରେ ବିଶେଷ ନଜର ରଖି ଅଧିକରୁ ଅଧିକ ଟେଷ୍ଟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆଇସିୟୁ, ଭେଣ୍ଟିଲେଟର, ଅକ୍ସିଜେନ ମହଜୁଦ୍‌ ସମେତ ଜରୁରୀ ସ୍ବାସ୍ଥ୍ୟ ଭିତ୍ତିଭୂମି, ଆଇସୋଲେଶନ ବ୍ୟବସ୍ଥା, ସର୍ବେକ୍ଷଣ, ସମସ୍ତ ଅଞ୍ଚଳରେ ସମ୍ପୂର୍ଣ୍ଣ ଟିକାକରଣ ଏବଂ ସଂକ୍ରମଣ ହଟ୍‌ସ୍ପଟ୍‌ ଉପରେ ମଧ୍ୟ ନଜର ରଖିବାକୁ କୁହାଯାଇଛି।
ସଭାରେ ସୂଚନା ଦେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ୍‌ ମାଣ୍ଡବ୍ୟ କହିଛନ୍ତି, ଏ ପର୍ଯ୍ୟନ୍ତ ଓମିକ୍ରନର କୌଣସି ମାମଲା ଭାରତରେ ଚିହ୍ନଟ ହୋଇନାହିଁ। ସନ୍ଦିଗ୍ଧ ନମୁନାର ତୁରନ୍ତ ଜିନୋମ ସିକ୍ୱେନ୍ସିଂ କରାଯାଉଛି। ମହମାରୀରୁ ଅନେକ ଶିକ୍ଷା ମିଳିଛି। ଆମ ନିକଟରେ ଯଥେଷ୍ଟ ସଂଖ୍ୟାରେ ଲାବରେଟୋରି ଏବଂ ଅନ୍ୟ ଆବଶ୍ୟକ ସମ୍ବଳ ରହିଛି। ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ବୋଲି ସେ କହିଛନ୍ତି। ‘ଟେଷ୍ଟ, ଟ୍ରାକ୍‌, ଟ୍ରିଟ୍‌, ଭାକ୍ସିନେଟ’କୁ ଅସ୍ତ୍ର କରିବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି। ଏୟାରପୋର୍ଟଗୁଡ଼ିକରେ ଟେଷ୍ଟିଂ ବଢ଼ାଇବାକୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଆସନ୍ତା ୧୫ ତାରିଖରୁ ବିଦେଶକୁ ଯାତ୍ରା ଉପରେ କଟକଣା ହଟାଇବା ପାଇଁ ଘୋଷଣା ହେବା ପରେ ଏହାର ସମୀକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ମୋଦି ଏକ ବୈଠକ ଡାକିଛନ୍ତି। ଓମିକ୍ରନ୍‌ ବିରୋଧରେ ଟିକା ପ୍ରଭାବୀ ହୋଇ ନ ପାରେ ବୋଲି ବିଶେଷଜ୍ଞମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଏବେ ଉପଲବ୍ଧ ଥିବା କରୋନା ଟିକା ଓମିକ୍ରନ ବିରୋଧରେ ଫଳପ୍ରଦ ହୋଇ ନ ପାରେ ବୋଲି ଭାକ୍ସିନ ପ୍ରସ୍ତୁତକାରୀ ଆମେରିକୀୟ କମ୍ପାନୀ ମଡର୍ନା କହିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ୩୦ ହଜାର ଅକ୍ସିଜେନ ବେଡ୍‌ ପ୍ରସ୍ତୁତ କରିଛନ୍ତି। ଫେବୃୟାରୀ ସୁଦ୍ଧା ୧୭ ହଜାର ଆଇସିୟୁ ବ୍ୟବସ୍ଥା ହୋଇଯିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ଏଥିସହ ୭୫୦ ଟନ୍‌ ମେଡିକାଲ ଅକ୍ସିଜେନ୍‌ ଗଚ୍ଛିତ ରହିଛି। ଚାଇନାରୁ ୬ ହଜାର ଖାଲି ଅକ୍ସିଜେନ ସିଲିଣ୍ଡର ମଗାଯାଇଥିବା ସେ ସୂଚନା ଦେଇଛନ୍ତି। ସେହିପରି ମହାରାଷ୍ଟ୍ରରେ ୧ ତାରିଖରୁ ସ୍କୁଲ ଖୋଲାଯିବା ପାଇଁ ଘୋଷଣା ହୋଇଥିବାବେଳେ ତାହାକୁ ଡିସେମ୍ବର ୧୫ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।
ସରକାର କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଗତ ୨୫ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ଅଜୟ ଭାଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଘରକୁ ଘର ଯାଇ ଟିକାକରଣ ଅଭିଯାନ ‘ହର୍‌ ଘର୍‌ ଦସ୍ତକ୍‌’କୁ କେନ୍ଦ୍ର ସରକାର ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସଚିବ ରାଜେଶ ଭୂଷଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?