ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ମାର୍ଚ୍ଚ ମାସର ୪ଟି ମଙ୍ଗଳବାର ୧୦, ୧୭, ୨୪ ଏବଂ ୩୧ ତାରିଖ ଦିନ ଏହି ପର୍ବ ମହାଆଡମ୍ବରରେ ହେବ। ମା’ଙ୍କ ପୀଠକ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବଢିବାରେ ଲାଗିଛି । ଚଳିତ ବର୍ଷ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ବିଗତ ବର୍ଷ ତୁଳନାରେ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁ ତଥା ମାନସିକଧାରୀଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗୀୟ ଅଧିକାରୀମାନେ ପ୍ରାକ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ ଜ଼ିଲାପାଳ ପରାମର୍ଶ ଦେଇଛନ୍ତି ।

ଶ୍ରଦ୍ଧାଳୁଙ୍କ ଯାତାୟତ ପାଇଁ ଅଧିକ ବସ୍‌ର ବ୍ୟବସ୍ଥା, ଆବଶ୍ୟକ ପାନୀୟ ଜଳ ଯୋଗାଣ, ଅନ୍ନ ପ୍ରସାଦ, ମୁଣ୍ଡନ ସକାଶେ ଉପଯୁକ୍ତ ସ୍ଥାନ ନିରୂପଣ, ସାଜସଜ୍ଜା, ଆଲୋକୀକରଣ, ତୋରଣ ନିର୍ମାଣ, ଦୈନିକ ପୂଜାବିଧି, ଚଣ୍ଡୀ ଯଜ୍ଞ, ଆଇନ ଶୃଙ୍ଖଳା ପରିସ୍ଥିତି, ଦୀପ ଲଗାଇବା ସ୍ଥାନ, ଟ୍ରାଫିକ ନିୟନ୍ତ୍ରଣ, ଭ୍ରାମ୍ୟମାଣ ଶୌଚାଳୟ, ପରିମଳ, ଅଗ୍ନିଶମ ନିର୍ବାପକ, ପ୍ରାଥମିକ ଚିକିତ୍ସା, ଅଂଶୁଘାତ ଚିକିତ୍ସା ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଦାନ, ରାସ୍ତା ମରାମତି, ଅସ୍ଥାୟୀ ସୂଚନା କେନ୍ଦ୍ର, ଭଜନ ସମାରୋହ, ରୋପୱେ ଯାତ୍ରୀ ପରିବହନ ବ୍ୟବସ୍ଥା ଆଦି ସମସ୍ତ ବିଷୟ ବୈଠକରେ ଆଲୋଚନା ହୋଇଥିଲା । ବିଗତ ବର୍ଷ ମାନଙ୍କରେ ଯେଉଁ ସବୁ ଅସୁବିଧା ପରିଲିକ୍ଷିତ ହୋଇଥିଲା ତାହା ଯେପରି ଏ ବର୍ଷ ପୁନରାବୃତ୍ତି ହେବ ନାହିଁ ସେଥିଲାଗି ବିଶେଷ ଯତ୍ନବାନ ହେବା ପାଇଁ ଜିଲାପାଳ କହିଥିଲେ। ଜିଲାର ଜନ ପ୍ରତିନିଧିମାନଙ୍କ ଉପସ୍ଥିତିରେ ମା’ଙ୍କ ମନ୍ଦିର ପ୍ରାଙ୍ଗଣରେ ପରବର୍ତ୍ତୀ ବୈଠକ ହେବ। ଏଥିରେ ପୂର୍ଣ୍ଣାଙ୍ଗ ନିଷ୍ପତ୍ତି ନିଆଯିବ। ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ ପାତ୍ର, ଛତ୍ରପୁର ଉପଜ଼ିଲାପାଳ ଶିବାଶିଷ ବରାଳ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା, ବିଡ଼ିଓ ଶରତ ପତ୍ର , ଟ୍ରଷ୍ଟର ବରିଷ୍ଠ ସଦସ୍ୟ ପ୍ରମୋଦ ପଣ୍ଡା, ବରିଷ୍ଠ ସେବାୟତ ବାପୁଜୀ ରଣା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୌରଭ ପ୍ରଧାନଙ୍କ ସମେତ ବିଭାଗୀୟ ଅଧିକାରୀ, ସେବାୟତ ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ବୈଠକରେ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri