୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, ୯।୩(ବ୍ୟୁରୋ): ସମୟ ସହ ତାଳ ଦେଇ ଯୁବଗୋଷ୍ଠୀ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ପୂର୍ବପୁରୁଷଙ୍କ ବିଷୟରେ ଜାଣିବା ଆବଶ୍ୟକ। ଏହିସବୁ ଘଟଣାବଳୀକୁ ବହୁଳ ଭାବେ ପ୍ରଚାର କରାଯିବା ଦରକାର। ଏଥିସହ ବହୁ ଗୁରୁତ୍ୱପୂର୍ଣ୍ଣ ଘଟଣାର ପରିଚାଳନା କରିଥିବା କମ୍‌ ଜଣାଶୁଣା ମହାପୁରୁଷଙ୍କ ବିଷୟକୁ ମଧ୍ୟ ଲୋକଲୋଚନକୁ ଆଣିବା ଆବଶ୍ୟକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୭୫ ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ପରାମର୍ଶ ଦେଇଛନ୍ତି। ଏଥିସହିତ ଦେଶ ବାହାରେ ମଧ୍ୟ ବହୁ ଘଟଣା ଘଟିଛି, ସେଗୁଡିକୁ ମଧ୍ୟ ଏଥିରେ ସାମିଲ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆନ୍ତରିକତାର ସହ ଜାତିରପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ଭାରତୀୟ ସମ୍ବିଧାନରେ ସାମିଲ ହୋଇଥିବା ଭାରତ ସ୍ବାଧୀନତାର ମୂଳମନ୍ତ୍ରର ମୂଲ୍ୟବୋଧକୁ ପ୍ରଚାର କରିବାର ଆବଶ୍ୟକତା ରହିଛି। ନ୍ୟାୟ ଓ ସମାନତା ଯାହାକି ସ୍ବାଧୀନତାର ମୂଳମନ୍ତ୍ର ଥିଲା ତାହା ବର୍ତ୍ତମାନ ସମୟରେ ମଧ୍ୟ ପୁନଃ ପ୍ରଚାରିତ ହେବା ନେଇ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ୭୫ ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ଉତ୍ସବରେ ସମସ୍ତ ଭାରତୀୟ ଏବଂ ବିଶ୍ୱର କୋଣଅନୁକୋଣରେ ରହୁଥିବା ଭାରତୀୟମାନେ ଯେପରି ଯୋଡିହେବେ ସେ ନେଇ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଛନ୍ତି। ସ୍ବାଧୀନତା ଦିବସ ପାଳନ ସମାରୋହ ଆୟୋଜନ କରୁଥିବାରୁ ମୁଖ୍ୟମନ୍ତ୍ରୀ ଏଥିପାଇଁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri