ବକୁଳବନ ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ

ସାକ୍ଷୀଗୋପାଳ,୩।୨(ଡି.ଏନ୍‌.ଏ.):  ଓଡ଼ିଶାର ଅନ୍ୟତମ ଐତିହ୍ୟ ପୀଠ ସତ୍ୟବାଦୀ ବକୁଳବନ ସ୍ମୃତି ଉଜ୍ଜୀବିତ ରଖିବା ଲକ୍ଷ୍ୟରେ ଆୟୋଜିତ ବକୁଳବନ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ପଞ୍ଚସଖା ସ୍ବମୃତି ସମାଧି ପୀଠରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ସାଧୁଚରଣ ବେହେରା ବୈଠକରେ ଅଧ୍ୟକ୍ଷତା କରିଥିଲେ। ପରାମର୍ଶଦାତା କବି ସଚ୍ଚିକାନ୍ତ ବିଶ୍ୱାଳ ବକୁଳବନର ସଂସ୍କୃତି ଓ ଐତିହ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ସ୍ମରଣିକା ପ୍ରକାଶ ପାଇବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା। ବକୁଳବନ ସୁରକ୍ଷା ଓ ଯନତ୍ ଅପରିହାର୍ଯ୍ୟ ବୋଲି ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପଣ୍ଡା କହିଥିଲେ। ଅନ୍ୟ ମଧ୍ୟରେ କମିଟିର କାର୍ଯ୍ୟକାରୀ ସଭାପତି ରବୀନ୍ଦ୍ର ନାଥ ଷଡଙ୍ଗୀ, ସମ୍ପାଦକ ଯଯାତି କେଶରୀ ରାୟ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଶରତ ଚନ୍ଦ୍ର ରଥ, ନୀଳିମା ରଥ, ରବୀନ୍ଦ୍ରନାଥ ଶତପଥୀ, ଭରତ ରାଉତ ଓ ସୁଧାଂଶୁ ଶେଖର ନାୟକ ପ୍ରମୁଖ ଯୋଗଦେଇଥିଲେ। ସେହିପରି ସତ୍ୟବାଦୀ ମହୋତ୍ସବର ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ମନ୍ଦିର ଦୋଳବେଦୀ ନିକଟରେ ସଭାପତି ଜାନକୀ ବଲ୍ଲଭ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଆଗାମୀ ୭ ତାରିଖରେ ପୂର୍ଣ୍ଣାଙ୍ଗ ପ୍ରସ୍ତୁତି ବୈଠକରେ ମହୋତ୍ସବର ରୂପରେଖ ଚୂଡ଼ାନ୍ତ ହେବାକୁ ସ୍ଥିର କରାଯାଇଛି। ସମ୍ପାଦକ ଜାନକୀ ବରାଳ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ସଂଯୋଜକ ଦୀପକ କୁମାର ଶତପଥୀ, ଅଞ୍ଜନ ହୋତା, ବାବୁଜି ମହାପାତ୍ର ଓ ପ୍ରାଚୁର୍ଯ୍ୟ ହୋତା ପ୍ରମୁଖ
ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri