ବକୁଳବନ ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ

ସାକ୍ଷୀଗୋପାଳ,୩।୨(ଡି.ଏନ୍‌.ଏ.):  ଓଡ଼ିଶାର ଅନ୍ୟତମ ଐତିହ୍ୟ ପୀଠ ସତ୍ୟବାଦୀ ବକୁଳବନ ସ୍ମୃତି ଉଜ୍ଜୀବିତ ରଖିବା ଲକ୍ଷ୍ୟରେ ଆୟୋଜିତ ବକୁଳବନ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ପଞ୍ଚସଖା ସ୍ବମୃତି ସମାଧି ପୀଠରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ସାଧୁଚରଣ ବେହେରା ବୈଠକରେ ଅଧ୍ୟକ୍ଷତା କରିଥିଲେ। ପରାମର୍ଶଦାତା କବି ସଚ୍ଚିକାନ୍ତ ବିଶ୍ୱାଳ ବକୁଳବନର ସଂସ୍କୃତି ଓ ଐତିହ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ସ୍ମରଣିକା ପ୍ରକାଶ ପାଇବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା। ବକୁଳବନ ସୁରକ୍ଷା ଓ ଯନତ୍ ଅପରିହାର୍ଯ୍ୟ ବୋଲି ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପଣ୍ଡା କହିଥିଲେ। ଅନ୍ୟ ମଧ୍ୟରେ କମିଟିର କାର୍ଯ୍ୟକାରୀ ସଭାପତି ରବୀନ୍ଦ୍ର ନାଥ ଷଡଙ୍ଗୀ, ସମ୍ପାଦକ ଯଯାତି କେଶରୀ ରାୟ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଶରତ ଚନ୍ଦ୍ର ରଥ, ନୀଳିମା ରଥ, ରବୀନ୍ଦ୍ରନାଥ ଶତପଥୀ, ଭରତ ରାଉତ ଓ ସୁଧାଂଶୁ ଶେଖର ନାୟକ ପ୍ରମୁଖ ଯୋଗଦେଇଥିଲେ। ସେହିପରି ସତ୍ୟବାଦୀ ମହୋତ୍ସବର ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ମନ୍ଦିର ଦୋଳବେଦୀ ନିକଟରେ ସଭାପତି ଜାନକୀ ବଲ୍ଲଭ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଆଗାମୀ ୭ ତାରିଖରେ ପୂର୍ଣ୍ଣାଙ୍ଗ ପ୍ରସ୍ତୁତି ବୈଠକରେ ମହୋତ୍ସବର ରୂପରେଖ ଚୂଡ଼ାନ୍ତ ହେବାକୁ ସ୍ଥିର କରାଯାଇଛି। ସମ୍ପାଦକ ଜାନକୀ ବରାଳ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ସଂଯୋଜକ ଦୀପକ କୁମାର ଶତପଥୀ, ଅଞ୍ଜନ ହୋତା, ବାବୁଜି ମହାପାତ୍ର ଓ ପ୍ରାଚୁର୍ଯ୍ୟ ହୋତା ପ୍ରମୁଖ
ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri