ସାକ୍ଷୀଗୋପାଳ,୩।୨(ଡି.ଏନ୍.ଏ.): ଓଡ଼ିଶାର ଅନ୍ୟତମ ଐତିହ୍ୟ ପୀଠ ସତ୍ୟବାଦୀ ବକୁଳବନ ସ୍ମୃତି ଉଜ୍ଜୀବିତ ରଖିବା ଲକ୍ଷ୍ୟରେ ଆୟୋଜିତ ବକୁଳବନ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ପଞ୍ଚସଖା ସ୍ବମୃତି ସମାଧି ପୀଠରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ସାଧୁଚରଣ ବେହେରା ବୈଠକରେ ଅଧ୍ୟକ୍ଷତା କରିଥିଲେ। ପରାମର୍ଶଦାତା କବି ସଚ୍ଚିକାନ୍ତ ବିଶ୍ୱାଳ ବକୁଳବନର ସଂସ୍କୃତି ଓ ଐତିହ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ସ୍ମରଣିକା ପ୍ରକାଶ ପାଇବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା। ବକୁଳବନ ସୁରକ୍ଷା ଓ ଯନତ୍ ଅପରିହାର୍ଯ୍ୟ ବୋଲି ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପଣ୍ଡା କହିଥିଲେ। ଅନ୍ୟ ମଧ୍ୟରେ କମିଟିର କାର୍ଯ୍ୟକାରୀ ସଭାପତି ରବୀନ୍ଦ୍ର ନାଥ ଷଡଙ୍ଗୀ, ସମ୍ପାଦକ ଯଯାତି କେଶରୀ ରାୟ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଶରତ ଚନ୍ଦ୍ର ରଥ, ନୀଳିମା ରଥ, ରବୀନ୍ଦ୍ରନାଥ ଶତପଥୀ, ଭରତ ରାଉତ ଓ ସୁଧାଂଶୁ ଶେଖର ନାୟକ ପ୍ରମୁଖ ଯୋଗଦେଇଥିଲେ। ସେହିପରି ସତ୍ୟବାଦୀ ମହୋତ୍ସବର ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ମନ୍ଦିର ଦୋଳବେଦୀ ନିକଟରେ ସଭାପତି ଜାନକୀ ବଲ୍ଲଭ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଆଗାମୀ ୭ ତାରିଖରେ ପୂର୍ଣ୍ଣାଙ୍ଗ ପ୍ରସ୍ତୁତି ବୈଠକରେ ମହୋତ୍ସବର ରୂପରେଖ ଚୂଡ଼ାନ୍ତ ହେବାକୁ ସ୍ଥିର କରାଯାଇଛି। ସମ୍ପାଦକ ଜାନକୀ ବରାଳ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ସଂଯୋଜକ ଦୀପକ କୁମାର ଶତପଥୀ, ଅଞ୍ଜନ ହୋତା, ବାବୁଜି ମହାପାତ୍ର ଓ ପ୍ରାଚୁର୍ଯ୍ୟ ହୋତା ପ୍ରମୁଖ
ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Posted inଆମ ଜିଲା ଖବର, ପୁରୀ View All
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…
ଘରେ କରୁଥିଲେ କାମ: ବିଦ୍ୟୁତ୍ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…
ଏମଆରଏଫ୍ ୟୁନିଟ୍ରେ ପଶିଲା ୫ ଫୁଟର ଅଜଗର, ପରେ….
କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍ ୟୁନିଟ୍ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…
Archives

