ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି: ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ବୈଠକ

ଛତ୍ରପୁର,୨୦।୩(ଦିଲ୍ଲୀପ ସାମଲ): ନିର୍ବାଚନ କମିଶନ ପକ୍ଷରୁ ନିଭୁଲ ଭୋଟର ତାଲିକା ପ୍ରସ୍ତୁତିକୁ ଗୁରୁତ୍ୱ ଦେଇଛନ୍ତି, ତେଣୁ ଜିଲ୍ଲା ର୍ନିବାଚନ କାର୍ଯ୍ୟାଳୟ ଗୁଡିକ ତୃଣମୂଳ ସ୍ତରରୁ ତଥ୍ୟ ସଂଗ୍ରହ କରି ନିଭୁଲ ଭୋଟର ତାଲିକା ପ୍ରସ୍ତୁତି ଚଳାଇ ଥିବାବେଳେ ଜିଲାସ୍ତରରେ ଏହାର ବାରମ୍ବାର ସମୀକ୍ଷା କରାଯାଉଛି। ବିଶେଷ ଭାବରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ମୃତ ଲୋକଙ୍କୁ ତାଲିକାରୁ ବାଦ ଦେବା ସହିତ ଜଣେ ମଧ୍ୟ ଯୋଗ୍ୟ ଭୋଟର ଯେପରି ତାଲିକାରୁ ବାଦ ନ ପଡିବେ ସେଥିପାଇଁ ଗୁରୁତ୍ୱ ଦିଆଯାଉଅଛି।
ଗଞ୍ଜାମ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଦିବ୍ୟ ଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଆୟୋଜିତ ବୈଠକରେ ନିର୍ଭୁଲ ଭାବରେ ଚୂଡାନ୍ତ ଭୋଟର ତାଲିକା ପ୍ରସ୍ତୁତି ପାଇଁ ପ୍ରତି ବୁଥ ପାଇଁ ଜଣେ ବୁଥ ଲେବଲ ଏଜେଣ୍ଟ (ପ୍ରତିନିଧି)ଙ୍କ ନାମ ଦେବାକୁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ଅନୁରୋଧ କରାଯାଇଥିଲା। ଏମାନେ ଏଲଓମାନଙ୍କୁ ସହଯୋଗ କରିବେ, ଭୋଟର ପରିଚୟପତ୍ର ସହ ଆଧାର ସଂଯୁକ୍ତ କରିବା, ତାଲିକା ପ୍ରସ୍ତୁତିରେ ସ୍ବଚ୍ଛତା ଅବଲମ୍ବନ କରିବା ସହ ମାର୍ଗଦର୍ଶିକାକୁ ଅନୁସରଣ କରି ତାଲିକା ପ୍ରସ୍ତୁତି କରାଯିବ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା, ଛତ୍ରପୁର ଅତିରିକ୍ତ ଉପଜିଲାପାଳ ପାର୍ଥ ସାରଥୀ ହାଁସଦା,ଡେପୁଟି କଲେକ୍ଟର ଅଭିଷେକ ସାହୁ, ଭାଜପା ଜିଲା ସମ୍ପାଦକ ଲକ୍ଷ୍ମୀ ନାରାୟଣ ପଣ୍ଡା,ଭାଜପା ନେତା ଦିପ୍ତୀସ ପଟ୍ଟନାୟକ, ଆପ ପାର୍ଟିର ଲିଗାଲ ସେଲର ସଭାପତି କୈଳାଶ ସେଠି, ବିଏସପିର ରାଜେନ୍ଦ୍ର ବେହେରା ଓ ସୁନୀଲ କୁମାର ବେହେରା, ସିପିଆଇ(ଏମ)ର ଏନ. ଗଙ୍ଗାଧର ରେଡ୍ଡୀ, ଛାତ୍ର ବିଜୁ ଜନତାଦଳର ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ଭି. ମଙ୍ଗଳେଶ୍ୱର ରାଓଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ନିର୍ବାଚନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri