ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି, ନିର୍ବାଚନୀ ହିଂସା ଉପରେ ରହିବ କଡ଼ା ନଜର

କଟକ,୩୦ା୩(କାର୍ତ୍ତିକ ସାହୁ): ଆଗାମୀ ମେ’ ଓ ଜୁନ୍‌ ମାସରେ ଚାରୋଟି ପର୍ଯ୍ୟାୟରେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି ଚାଲିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ବୟ ବୈଠକ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଛି। ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ନିୟମାବଳୀକୁ କଡ଼ାକଡ଼ି ପାଳନ କରାଯିବା ଉପରେ ବୈଠକରେ ଆଲୋଚନା ହୋଇଛି। ଉଭୟ ରାଜ୍ୟର ସୀମାନ୍ତ ଜିଲାଗୁଡ଼ିକରେ ଶାନ୍ତିପୂର୍ଣ୍ଣ, ଅବାଧ, ଅପରାଧମୁକ୍ତ ଏବଂ ନିରପେକ୍ଷତାର ସହ ନିର୍ବାଚନ ପରିଚାଳନା କରାଯିବା ଉପରେ ବରିଷ୍ଠ ପୋଲିସ ଅଧିକାରୀମାନେ ମତ ଉପସ୍ଥାପନ କରିଥିଲେ। ବିଶେଷ କରି ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାର ସୀମା ପଡ଼ୋଶୀ ରାଜ୍ୟ ଛତିଶଗଡ଼ ସହିତ ଲାଗି ରହିଛି। ଉପରୋକ୍ତ ସୀମାନ୍ତ ଜିଲାଗୁଡ଼ିକର ସୀମା ତନଖି ଫାଟକରେ କଡ଼ାକଡ଼ି ଯାଞ୍ଚ, ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ଯାନବାହନ ଯାଞ୍ଚ, ଅବକାରୀ ଧରପଗଡ଼, ବେଆଇନ ମାରଣାସ୍ତ୍ର, ବେଆଇନ ମଦ କାରବାର, ବେଆଇନ ନିଶା କାରବାର, ବେଆଇନ ଟଙ୍କା କାରବାର ଉପରେ ରୋକ ଲଗାଯିବା ଉପରେ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା।
ଧାର୍ଯ୍ୟ ହୋଇଥିବା ନିର୍ବାଚନ ତାରିଖର ୪୮ ଘଣ୍ଟା ପୂର୍ବରୁ ଉଭୟ ରାଜ୍ୟର ସୀମାକୁ ସମ୍ପୂର୍ଣ ଭାବେ ବନ୍ଦ କରି କଡ଼ାକଡ଼ି ଯାଞ୍ଚ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଛି। ଉଭୟ ରାଜ୍ୟର ମାଓବାଦୀ ପ୍ରବଣ ଜିଲାଗୁଡ଼ିକରେ ନିର୍ବାଚନ ପ୍ରକ୍ରିୟାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ। ନିର୍ବାଚନୀ ହିଂସା ନଜର ରଖାଯିବା ସହ ଏହା ରୋକିବାକୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି। ଉଭୟ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ମଧ୍ୟରେ ଗୁଇନ୍ଦା ତଥ୍ୟ ଆଦାନପ୍ରଦାନ, ସାପ୍ତାହିକ ବୈଠକ, ସାଇବର ଅପରାଧ ରୋକିବାକୁ ସ୍ବତନ୍ତ୍ର ଯୋଜନା, ସମ୍ବେଦନଶୀଳ ସ୍ଥାନ ଓ ପୋଲିଂ ବୁଥ୍‌ ଚିହ୍ନଟ, ଓ୍ବାରେଣ୍ଟ ଥିବା ଅପରାଧୀ ଏବଂ ଅଭ୍ୟାସଗତ ଅପରାଧୀଙ୍କୁ ଗିରଫ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଉଛି ବୋଲି ବୈଠକରେ ଆଲୋଚନା ହୋଇଥିଲା।
ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ), ଆର.କେ. ଶର୍ମା, (ଗୁଇନ୍ଦା) ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଅପରେଶନ) ଏସ୍‌. ଦେବଦତ୍ତ ସିଂ, ଆଇ.ଜି.ପି (ପ୍ରୋଭିଜନିଙ୍ଗ) ଯତୀନ୍ଦ୍ର କୋୟଲ, ଆଇ.ଜି.ପି (କାର୍ମିକ) ଏସ୍‌. ପ୍ରବୀଣ କୁମାର, ଆଇ.ଜି.ପି (ଗୁଇନ୍ଦା) ଅନୁପ ସାହୁ, ଡିଆଇଜିପି (ଏସ୍‌ଆଇଡବ୍ଲ୍ୟୁ) ଉମାଶଙ୍କର ଦାଶ, ଏଆଇଜି (ମୁଖ୍ୟାଳୟ) ବିବେକାନନ୍ଦ ଶର୍ମାଙ୍କ ସମେତ ବିଭିନ୍ନ ରେଞ୍ଜର ଆଇଜି, ଡିଆଇଜି ଓ ସୀମାବର୍ତ୍ତୀ ଜିଲାଗୁଡ଼ିକର ଏସ୍‌ପିମାନେ ବୈଠକରେ ଉପସ୍ଥିତ ଥିଲେ। ସେହିପରି ଛତିଶଗଡ଼ର ଡିଜିପି ଅଶୋକ ଯୁନେଜା, ଏଡିଜି (ଅପରେଶନ)ଙ୍କ ସମେତ ସୀମାନ୍ତ ଜିଲାଗୁଡ଼ିକର ଏସ୍‌ପିମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri