ତାରାତାରିଣୀଙ୍କ ଚୈତ୍ର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୦।୩(ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖରୁ ଆରମ୍ଭ ହେଉଛି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳବାର ଯାତ୍ରା। ଏହାକୁ ମାତ୍ର ଆଉ ଚାରିଦିନ ବାକି ରହିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏବେ ପ୍ରସ୍ତୁତି ଜୋରଦାର ଚାଲିବା ସହ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳା ସହ ଶେଷ ହେବ ସେନେଇ ଜିଲା ପ୍ରଶାସନ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହାକୁ ନେଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସେବାୟତମାନଙ୍କୁ ନେଇ ମନ୍ଦିର ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ କିଭଳି ଶାନ୍ତି ଶୃଙ୍ଖଳାର ସହ ଯାତ୍ରା ଶେଷ ହେବ ତାହାକୁ ଗୁରୁତ୍ୱ ଦିଆଯିବା ସହ ଶ୍ରଦ୍ଧାଳୁମାନେ ସୁରୁଖୁରୁରେ ମା’ଙ୍କ ଦର୍ଶନ କରିପାରିବେ ଏବଂ ନିଜର ଶିଶୁଙ୍କ ମୁଣ୍ଡନ କରାଇପାରିବେ ସେନେଇ ଆଲେଚନା କରାଯାଇଥିଲା। ବିଶେଷ କରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଖରାକୁ ଦୃଷ୍ଟିରେ ରଖି ଟେଣ୍ଟର ବ୍ୟବସ୍ଥା କରିବା, ପାନୀୟ ଜଳର ବ୍ୟବସ୍ଥା, ବସ୍‌, ରୋପୱେ ସହ ପାହାଚରେ ଶ୍ରଦ୍ଧାଳୁମାନେ କିଭଳି ସୁରକ୍ଷିତ ଭାବେ ଯାତାୟତ କରିବେ ସେନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ଅନ୍ୟପଟେ ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ ବୋଲି ଆଶା କରାଯାଉଥିବାରୁ ସୁରକ୍ଷା ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ଯେପରି କୌଣସି ପ୍ରକାରର ଚୋରି ଓ ଲୁଟ୍‌ପାଟ ନ ହୁଏ ସେନେଇ ମଧ୍ୟ ପୋଲିସ ସ୍ବତନ୍ତ୍ର ନଜର ରଖିବ ବୋଲି ଗଞ୍ଜାମ ଏସ୍‌ପି ଜଗମୋହନ ମିନା କହିଛନ୍ତି। ଏଥିସହ ପାହାଡ ଉପର ମନ୍ଦିର ପରିସର ଓ ପାହାଡ ତଳେ ହେବାକୁ ଥିବା ମୁଣ୍ଡନ ଶାଳା, ଅସ୍ଥାୟୀ ବସ୍‌ଷ୍ଟାଣ୍ଡ, ପାର୍କିଂସ୍ଥଳକୁ ଯାଇ ଜିଲାପାଳ, ଏସ୍‌ପିଙ୍କ ସମେତ ଅଧିକାରୀମାନେ ବୁଲି ଦେଖି ତଦାରଖ କରିଛନ୍ତି। ଏହି ବୈଠକରେ ଜିଲାପାଳ, ଏସ୍‌ପିଙ୍କ ସମେତ ଛତ୍ରପୁର ଉପଜିଲାପାଳ ପ୍ରଶନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପୀୟୁଷ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ ଏବଂ ସେବାୟତମାନଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri