ଟିପିସିଓଡିଏଲ୍‌ ପକ୍ଷରୁ ବାତ୍ୟା ପ୍ରସ୍ତୁତି

ଭୁବନେଶ୍ୱର: ଆଇଏମ୍‌ଡିର ରିର୍ପୋଟ ଅନୁସାରେ ଉତ୍ତର ଆଣ୍ଡାମାନ ସାଗର ପୂର୍ବ କେନ୍ଦ୍ର୍ରୀୟ ବଙ୍ଗୋପସାଗରରେ ମେ ୨୨ରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୭୨ ଘଣ୍ଟା ମଧ୍ୟରେ ଆହୁରି ତ୍ରୀବ ରୂପ ଧାରଣ କରି ମେ ୨୫ରେ ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରାଯାଇଛି। ଏହି ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା ପାଇଁ ଟିପିସିଓଡିଏଲ୍‌ର ଏକ ସମୂର୍ଣ୍ଣ ବିଜ୍‌ନେସ କଣ୍ଟିନ୍ୟୁଟି ଆଣ୍ଡ ଡିଜାଷ୍ଟର ମ୍ୟାନେଜମେଣ୍ଟ (ବିସିଡିଏମ୍‌ପି) ପ୍ରସ୍ତୁତ ରହିଛି। ଏଭଳି ସମୟରେ ବାତ୍ୟା ମୁକାବିଲା ପାଇଁ ବିସିଡିଏମ୍‌ପି ସବୁ ପ୍ରକାରର ବନ୍ଦୋବସ୍ତ ସହ ଜରୁରିକାଳୀନ ସେବା ଯୋଗାଇ ଦେବାକୁ ଆଗୁଆ ପ୍ରସ୍ତୁତ ସହ ଏକ ମକ୍‌ ଡ୍ରିଲ୍‌ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ ରୋଗୀ ସେବା ଯେଭଳି ବ୍ୟାଘତ ନ ହେବ ସେଥି ପ୍ରତି ଦୃଷ୍ଟି ଦେବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏପରିକି ୨୪ ଘଣ୍ଟିଆ ବିଦ୍ୟୁତ୍‌ ଯୋଗାଣ ପାଇଁ ଏକ ଟିମ୍‌ ମଧ୍ୟ ପ୍ରସ୍ତୁତ କରାଯାଇଛି। ସଂସ୍ଥାକୁ ଲାଇସେନ୍ସ ମିଳିଥିବା ଅଞ୍ଚଳଗୁଡିକ ପାଇଁ ୨୪ ଘଣ୍ଟିଆ କଲ୍‌ ସେଣ୍ଟର ୧୯୧୨ ଏବଂ ଟୋଲ୍‌ ଫ୍ରି ନଂ ୧୮୦୦୩୪୫୭୧୨୨କୁ କଲ୍‌ କରି ଅଞ୍ଚଳବାସୀ ସମସ୍ୟା ସମ୍ପର୍କରେ ଅବଗତ କରାଇ ପାରିବେ। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଏମ. ସେନବାଗମ କହିଛନ୍ତି ଯେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣକୁ ନିଶ୍ଚିତ କରିବା ବିଶେଷ କରି କୋଭିଡ୍‌-୧୯ ମହାମାରୀ ଭଳି ସମୟରେ ଏହାର ଆବଶ୍ୟକତାକୁ ଗୁରୁତ୍ୱ ଦେଇ ଆମେ ସେବା ଯୋଗାଇ ଦେବା ପାଇଁ ପ୍ରତିବଦ୍ଧ ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri