ଧବଳେଶ୍ୱର ମନ୍ଦିରରେ ବଡ଼ଓଷା, କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ପ୍ରସ୍ତୁତି ଆରମ୍ଭ

ଖୋର୍ଦ୍ଧା,୨୭ା୧୦(ପ୍ରଭାତ ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ଶ୍ରୀଧବଳେଶ୍ୱର ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି। ରବିବାରଠାରୁ ଟ୍ରଷ୍ଟ ବୋର୍ଡ ଆନୁଷ୍ଠାନିକ ଭାବେ ମନ୍ଦିର ପରିଚାଳନା ଦାୟିତ୍ୱ ନେଇଛି। ମନ୍ଦିର ସଫେଇ ସହିତ ରଙ୍ଗ କାମ ଆରମ୍ଭ ହୋଇଛି। ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀରେ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦିଆଯାଇଛି।
ପ୍ରକାଶ ଯେ, ଦେବୋତ୍ତର କମିଶନରଙ୍କ ଦ୍ୱାରା ମନ୍ଦିର ପରିଚାଳନା ବୋର୍ଡ ଗଠନ କରାଯାଇଥିଲା। କମିଟି ଶୃଙ୍ଖଳିତ ଭାବେ ମନ୍ଦିର ଦୈନିକ ନୀତିକାନ୍ତି ଠିକ୍‌  ଭାବେ ପରିଚାଳନା କରୁଥିବା ବେଳେ ୨୦୨୪ ନଭେମ୍ବର ୧୧ରେ ଖୋର୍ଦ୍ଧା ଉପଜିଲାପାଳ ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ଏକ ଅସ୍ଥାୟୀ କମିଟି ଗଠନ କରିଥିଲେ।
ତେବେ ମନ୍ଦିର ଟ୍ରଷ୍ଟ ବୋର୍ଡ ଗଠନ ସରିଥିବା ବେଳେ ପୁଣି ଏକ ଅସ୍ଥାୟୀ କମିଟି ଗଠନକୁ ନେଇ ଟ୍ରଷ୍ଟ ବୋର୍ଡ ଅସନ୍ତୋଷ ପ୍ରକାଶ କରିଥିଲା। ଏହା ଅସାମ୍ବିଧାନିକ ଦର୍ଶାଇ ଜିଲା ପ୍ରଶାସନଠାରୁ ଦେବୋତ୍ତର କମିଶନରଙ୍କୁ ଲିଖିତ ଜଣାଇଥିଲେ। ତେବେ ଏହା ଉପରେ ପ୍ରଶାସନ କିମ୍ବା କମିଶନରଙ୍କ  ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା।
ଫଳରେ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଏହି ସଂକ୍ରାନ୍ତରେ ହାଇକୋର୍ଟରେ ଏକ ପିଟିଶନ ଆଗତ ହୋଇଥିଲା। ଗତ ୨୪ ତାରିଖରେ ଦୁଇ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରି ଉପଜିଲାପାଳଙ୍କ ଦ୍ୱାରା ଗଠିତ ହୋଇଥିବା ଅସ୍ଥାୟୀ କମିଟି ଉପରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିଛନ୍ତି।
ଏଥିସହିତ ଏହି କମିଟି ସଦସ୍ୟମାନେ ସେ ପର୍ଯ୍ୟନ୍ତ ମନ୍ଦିରର ଦୈନନ୍ଦିନ ନୀତିକାନ୍ତି, ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ ପାଳନରେ ହସ୍ତକ୍ଷେପ କରିବେ ନାହିଁ। ଦେବୋତ୍ତର କମିଶନରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବୋର୍ଡ ଏହାକୁ ପରିଚାଳନା କରିବ ବୋଲି ରାୟରେ ନିର୍ଦ୍ଦେଶ  ଦିଆଯାଇଛି।
ଆସନ୍ତା ଡିସେମ୍ବର ୧୫ରେ ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ ହୋଇଛି। ଶନିବାର ଶ୍ରୀଧବଳେଶ୍ୱର ଦେବ ବିଜେ ଗୁରୁଜଙ୍ଗ ମ୍ୟାନେଜିଂ ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କପି ଉପଜିଲାପାଳଙ୍କ ନିକଟରେ ଦାଖଲ କରାଯାଇଛି ବୋଲି ବଦ୍ରି ନାରାୟଣ ସାହୁ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri