କଇଁଛଙ୍କ ଗଣଅଣ୍ଡାଦାନ ଲାଗି ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୩।୧୧(ବିଦ୍ୟାଧର ସାହୁ): ଅଲିଭରିଡ଼ଲେ କଇଁଛଙ୍କ ସୁରକ୍ଷିତ ଗଣ ଅଣ୍ଡାଦାନ ଓ ପରିବେଶ ସୁରକ୍ଷା ନେଇ ଋଷିକୂଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ଦି ଇକୋ ୱାରିଆର ପକ୍ଷରୁ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସମୁଦ୍ରରୁ ଉଚ୍ଚ ଲହଡି ଦ୍ୱାରା ଭାସି ଆସି କୂଳରେ ଲାଗିଥିବା ଛିଣ୍ଡା ଚପଲ, ପଲିଥିନ, ଛିଣ୍ଡା ଜାଲ, ବିଭିନ୍ନ ଖାଦ୍ୟ ଖୋଳ, ଆଇସକ୍ରିମ କାଗଜ ଆଦି ୩ କି.ମି. ପର୍ଯ୍ୟନ୍ତ ସଫେଇ କରିଥିଲେ ସ୍ବେଚ୍ଛାସେବୀ ସଦସ୍ୟମାନେ l ଗଞ୍ଜାମ ବ୍ଲକ ଅନ୍ତର୍ଗତ ଅଳେଶ୍ୱର ଶୈବପୀଠ ନିକଟସ୍ଥ ବେଳାଭୂମିଠାରୁ ପୋଡମ ପେଟା ଗଙ୍ଗାଦେବୀ ସ୍ଥିତ ସମୁଦ୍ର ବେଲଭୂମି ପର୍ଯ୍ୟନ୍ତ ସଫେଇ କରାଯାଇଥିଲା l

ଦି ଇକୋ ୱାରିଆର ପକ୍ଷରୁ ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ଥିଲେ। ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ଯାଉଥିବା ମତ୍ସ୍ୟଜୀବୀ ଖାଦ୍ୟ ଖାଇ ସାରିବା ପରେ ଖାଦ୍ୟ ଖୋଳ ଏବଂ ପଲିଥିନ ସମୁଦ୍ରରେ ନ ଫୋପାଡିବାକୁ ଇକୋ ୱାରିଆର ସଦସ୍ୟମାନେ ଆହ୍ବାନ ଦେଇଛନ୍ତି l

ଗଣ ଅଣ୍ଡାଦାନ ପାଇଁ ଆସୁଥିବା ବିରଳ ସାମୁଦ୍ରିକ କାଇଁଚମାନେ ଛିଣ୍ଡା ଜାଲରେ ଫସି ଆକାରଣରେ ମୃତ୍ୟୁବରଣ କରିଥାନ୍ତି ବୋଲି ଇକୋ ୱାରିଆର ସଦସ୍ୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ଦି ଇକୋ ୱାରିଆରର ସୀମାଞ୍ଚଳ ଦାସ, ପ୍ରଭାତ ବିଶ୍ୱାଳ, କରୁଣାକର ରେଡି, ଆକାଶ ଗୌଡ଼ ପ୍ରଣବ ପ୍ରଧାନ, ପ୍ରଭାତ ସାହୁ, ବଳରାମ, ସନ୍ତୋଷ ରାଉଳ ପୂର୍ଣ ରେଡ୍ଡି, କିରଟ ରେଡ୍ଡି, ସୂର୍ଯ୍ୟ ମହାରଣା, ସଚ୍ଚିଦାନନ୍ଦ ଜେନା ପ୍ରମୁଖ ସଫେଇ ଅଭିଯାନରେ ସାମିଲ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?