ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ ଚତୁର୍ଦ୍ଧାମୂର୍ତ୍ତି କାଳିଆ ଠାକୁର ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଗ୍ରହ ନିର୍ମାଣ କରାଯିବ।  ସୋମବାର ଚତୁର୍ଦ୍ଧା ମୂର୍ତ୍ତୀ ନିର୍ମାଣ ନିମନ୍ତେ ସଂଗୃହୀତ ଦାରୁ ଗଣ୍ଡିକୁ ଶଗଡ଼ିରେ ସୁସଜ୍ଜିତ କରାଯାଇ ସାନଖେମୁଣ୍ଡି ବ୍ଳକ ପଳାସପୁର ଗ୍ରାମ ନିକଟସ୍ଥ ଶ୍ରୀ ବୁଦ୍ଧେଶ୍ବର ଶୈବପୀଠ ପରିସରରୁ  ବିରାଟ ଶୋଭାଯାତ୍ରାରେ ଦିଗପହଣ୍ଡି ସ୍ଥିତ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠରେ ପହଞ୍ଚିଥିଲା ।

ପୂର୍ବରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିର୍ମାଣ ସକାଶେ ଦାରୁ ଚିହ୍ନଟ ହୋଇଥିଲା ।  ରବିବାର  ଦିଗପହଣ୍ଡି ସ୍ଥିତ ଗୁରୁକୃପା ସେବା ସମିତିର ଆବାହକ ପଣ୍ଡିତ ଭବାନୀ ଶଙ୍କର ତ୍ରିପାଠୀଙ୍କ ପୌରିହିତ୍ୟରେ ବୁଦ୍ଧେଶ୍ବର ଶୈବପୀଠରେ ଦାରୁ ଗ୍ରହଣ ପାଇଁ କଳସ ଯାତ୍ରା ସହ ହୋମଯଜ୍ଞ କରାଯାଇଥିଲା । ସୋମବାର ଦାରୁ ପୂଜନ ଓ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏହାପରେ ୩ ଟି ସୁସଜ୍ଜିତ ଶଗଡ଼ରେ ବିରାଟ ଶୋଭାଯାତ୍ରାରେ ଦାରୁକୁ ଶ୍ରୀ ବୁଦ୍ଧେଶ୍ବର ଶୈବପୀଠରୁ  ଅଣାଯାଇଥିଲା ।

ବହୁ ସଂଖ୍ୟକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁଙ୍କ ସହ ବିଭିନ୍ନ ଗ୍ରାମରୁ ସଂକୀର୍ତ୍ତନ ମଣ୍ଡଳୀର ସଦସ୍ୟା ସଦସ୍ୟ ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ଥିଲେ। ଏହି ଦାରୁ ଶଗଡ଼ି ସ୍ବାଗତ ଶୋଭାଯାତ୍ରାକୁ ଗୁରୁ କୃପା ସେବା ସମିତିର କର୍ମକର୍ତ୍ତା ବୃନ୍ଦ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ମହିଳା ସଶକ୍ତିକରଣ ଜରୁରୀ: ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ…

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଶକ୍ତିଶ୍ରୀ ଯୋଜନା ମାଧ୍ୟମରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ଉପରେ ଏକ…

୧୬ କେଜି ଗଞ୍ଜେଇ ଜବତ, ୨ ଗିରଫ

ନୂଆପଡ଼ା,୨୧।୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଅବକାରୀ ବିଭାଗ କର୍ମଚାରୀ ସୋମବାର ପୃଥକ୍‌ ସ୍ଥାନରେ ଚଢ଼ାଉ କରି ୧୬ କେଜି ଗଞ୍ଜେଇ ଜବତ ସହ ୨ଜଣଙ୍କୁ ଗିରଫ…

ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ପ୍ରସ୍ତୁତି : ନିର୍ବାଚନ ଆୟୋଗଙ୍କ ବଡ଼ ବୈଠକ

ଭୁବନେଶ୍ୱର, ୨୧।୭: ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri