ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ ଚତୁର୍ଦ୍ଧାମୂର୍ତ୍ତି କାଳିଆ ଠାକୁର ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଗ୍ରହ ନିର୍ମାଣ କରାଯିବ।  ସୋମବାର ଚତୁର୍ଦ୍ଧା ମୂର୍ତ୍ତୀ ନିର୍ମାଣ ନିମନ୍ତେ ସଂଗୃହୀତ ଦାରୁ ଗଣ୍ଡିକୁ ଶଗଡ଼ିରେ ସୁସଜ୍ଜିତ କରାଯାଇ ସାନଖେମୁଣ୍ଡି ବ୍ଳକ ପଳାସପୁର ଗ୍ରାମ ନିକଟସ୍ଥ ଶ୍ରୀ ବୁଦ୍ଧେଶ୍ବର ଶୈବପୀଠ ପରିସରରୁ  ବିରାଟ ଶୋଭାଯାତ୍ରାରେ ଦିଗପହଣ୍ଡି ସ୍ଥିତ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠରେ ପହଞ୍ଚିଥିଲା ।

ପୂର୍ବରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିର୍ମାଣ ସକାଶେ ଦାରୁ ଚିହ୍ନଟ ହୋଇଥିଲା ।  ରବିବାର  ଦିଗପହଣ୍ଡି ସ୍ଥିତ ଗୁରୁକୃପା ସେବା ସମିତିର ଆବାହକ ପଣ୍ଡିତ ଭବାନୀ ଶଙ୍କର ତ୍ରିପାଠୀଙ୍କ ପୌରିହିତ୍ୟରେ ବୁଦ୍ଧେଶ୍ବର ଶୈବପୀଠରେ ଦାରୁ ଗ୍ରହଣ ପାଇଁ କଳସ ଯାତ୍ରା ସହ ହୋମଯଜ୍ଞ କରାଯାଇଥିଲା । ସୋମବାର ଦାରୁ ପୂଜନ ଓ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏହାପରେ ୩ ଟି ସୁସଜ୍ଜିତ ଶଗଡ଼ରେ ବିରାଟ ଶୋଭାଯାତ୍ରାରେ ଦାରୁକୁ ଶ୍ରୀ ବୁଦ୍ଧେଶ୍ବର ଶୈବପୀଠରୁ  ଅଣାଯାଇଥିଲା ।

ବହୁ ସଂଖ୍ୟକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁଙ୍କ ସହ ବିଭିନ୍ନ ଗ୍ରାମରୁ ସଂକୀର୍ତ୍ତନ ମଣ୍ଡଳୀର ସଦସ୍ୟା ସଦସ୍ୟ ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ଥିଲେ। ଏହି ଦାରୁ ଶଗଡ଼ି ସ୍ବାଗତ ଶୋଭାଯାତ୍ରାକୁ ଗୁରୁ କୃପା ସେବା ସମିତିର କର୍ମକର୍ତ୍ତା ବୃନ୍ଦ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ

ଭୁବନେଶ୍ୱର,୨୭।୧୦(ସୁନିତ୍‌ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ…

ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି…

ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍‌ ମାମଲା: ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ…

ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ, ଦକ୍ଷିଣ ଓଡ଼ିଶାର ସ୍କୁଲ-ଅଙ୍ଗନୱାଡି କେନ୍ଦ୍ର ବନ୍ଦ

ଭୁବନେଶ୍ବର,୨୭।୧୦: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ନବରଙ୍ଗପୁର, ରାୟଗଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ୨୭ ଓ ୨୮ ଦୁଇ ଦିନ ବନ୍ଦ ରଖାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?