ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର ପୁରପଲ୍ଲୀରେ ପ୍ରତିବର୍ଷ ପାଳନ କରାଯାଉଛି। ଚଳିତ ବର୍ଷ କିପରି ଧୂମ୍‌ଧାମରେ ଉତ୍କଳ ଦିବସ ପାଳନ କରାଯିବ ସେ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ସ୍ଥାନୀୟ ଉପ ଜିଲାପାଳ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟି ସଭାପତିଙ୍କ ଅନୁମୋଦନ କ୍ରମେ ବାଲିଗୁଡ଼ା ଉପଖଣ୍ଡ ସଦର ମହକୁମାଠାରେ ଉପଖଣ୍ଡସ୍ତରୀୟ ୯୦ତମ ଉତ୍କଳ ଦିବସ ମହାସମାରୋହରେ ପାଳନ କରିବାକୁ ସ୍ଥିର କରାଯାଇଛି।

ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉତ୍କଳ ଦିବସ ପାଳନ ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ସହରରେ ଉତ୍କଳ ବନ୍ଦନା ‘ବନ୍ଦେ ଉତ୍କଳ ଜନନୀ’ ପରିବେଷଣ କରାଯିବ । ପରେ ବିଦ୍ୟାଳୟର ଛାତ୍ରୀଛାତ୍ର ନିଜ ନିଜ ଅନୁଷ୍ଠାନରୁ ପ୍ରଭାତ ଫେରୀ କାର୍ଯ୍ୟକ୍ରମରେ ବାହାରି ଟାଉନ ହଲ୍‌ ସଭାଗୃହ ପରିସରରେ ସମବେତ ହେବେ।

ପରେ ଓଡ଼ିଶାର ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯିବ। ପ୍ରଭାତ ଫେରି ଓ ସଭାସ୍ଥଳର ଛାତ୍ରୀଛାତ୍ର ତଥା ଜନସାଧାରଣଙ୍କ ସମାଗମକୁ ଦୃଷ୍ଟିରେ ରଖି ଯାନବାହନ ନିୟନ୍ତ୍ରଣ ଓ ଶାନ୍ତି ଶୃଙ୍ଖଳା ନିମନ୍ତେ ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀଙ୍କୁ ଅନୁରୋଧ କରାଯାଇଛି।

ପ୍ରତ୍ୟେକ ବିଦ୍ୟାଳୟରୁ କେବଳ ୧୦ଜଣ ଛାତ୍ରଛାତ୍ରୀ ଫୁଲମାଳ ସହିତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସହିତ ଆସିବେ । ଏଥି ନିମନ୍ତେ ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଅନୁରୋଧ କରାଯାଇଛି l ଏପରି କି ବିଭିନ୍ନ ପ୍ରକାର ପ୍ରତିଯୋଗିତା ଚଳିତ ମାସ ୨୬ ତାରିଖରୁ ଆରମ୍ଭ ହେବ l

ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯିବା ପାଇଁ ସ୍ଥିର କରାଯାଇଛି । ଓଡ଼ିଶା ଦିବସ ଉପଲକ୍ଷେ ସହରର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଓ ବିଭିନ୍ନ ଅନୁଷ୍ଠାନର କୋଠାବାଡ଼ିମାନଙ୍କରେ ୩୧ ତାରିଖ ସା ଓ ଉତ୍କଳ ଦିବସ ଦିନ ସ୍ବ-ଖର୍ଚ୍ଚରେ ଆଲୋକମାଳ ଓ ଦୀପରେ ସଜ୍ଜିତ କରିବା ପାଇଁ ସମସ୍ତ କାର୍ଯ୍ୟାଳୟ ମୁଖ୍ୟ ଓ ବ୍ୟକ୍ତି ବିଶେଷଙ୍କୁ ଅନୁରୋଧ କରାଯାଇଛି । ଉତ୍ସବଟିକୁ ସୁନ୍ଦର କରିବା ପାଇଁ ସ୍ଥାନୀୟ ଉପ ଜିଲାପାଳ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସଭାପତି ଡ. ରୀନା ପ୍ରଧାନ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri