ଖରିଫଚାଷ ପୂର୍ବରୁ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୃଷି ଅର୍ଥନୀତିର ମେରୁଦଣ୍ଡ ହୋଇଥିବା ବେଳେ ଖରିଫ ଚାଷ ରାଜ୍ୟର କୃଷିକ୍ଷେତ୍ର ନିମନ୍ତେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ଖରିଫଋତୁରେ କୋଭିଡ୍‌-୧୯ର ଅସ୍ବାଭାବିକ ପରିସ୍ଥିତିକୁ ସମ୍ମୁଖୀନ ହୋଇ ମଧ୍ୟ କୃଷକଙ୍କ କଠିନ ପରିଶ୍ରମ ଏବଂ ରାଜ୍ୟ ସରକାରଙ୍କ ସମୟୋଚିତ ପଦକ୍ଷେପ ଯୋଗୁ ରେକର୍ଡ ପରିମାଣର ଉତ୍ପାଦନ ହୋଇପାରିଥିଲା। ଚଳିତ ଖରିଫଋତୁରେ କରୋନା ୨ୟ ଲହରକୁ ଉଚିତ ମୁକାବିଲା ଓ ମାର୍ଗଦର୍ଶିକା ପାଳନକରି ରାଜ୍ୟର କୃଷକମାନେ ଆଶାନୁରୂପ ଫସଲ ଉତ୍ପାଦନ କରିବେ ବୋଲି ଆଶା ରହିଛି। କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ ସମନ୍ବିତ କୃଷି ଓ ଅଧିକ ଅର୍ଥକରୀ ଫସଲ ଚାଷୀ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କୃଷିମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।
ଭର୍ଚୁଆଲ ମାଧ୍ୟମରେ ସୋମବାର ଆୟୋଜିତ ଖରିଫ କାର୍ଯ୍ୟକ୍ରମ-୨୦୨୧ର ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ କହିଛନ୍ତି, ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ସ୍ବାଭାବିକ ବର୍ଷା ହେବ। ଖରିଫରେ ମୋଟ୍‌ ୧୧୭.୫ ଲକ୍ଷ ମେଟ୍ରିକ୍‌ ଟନ ଖାଦ୍ୟଶସ୍ୟ ଉତ୍ପାଦନ ହେବା ଆଶା ରହିଛି। ୫.୩ ଲକ୍ଷ ମେଟ୍ରିକ ଟନ୍‌ ଡାଲି ଜାତୀୟ ଫସଲ ସମେତ ୧୦୨ ଲକ୍ଷ ମେଟ୍ରିକ ଟନ୍‌ ଶସ୍ୟ, ୩.୦୧ ଲକ୍ଷ ମେଟ୍ରିକ ଟନ୍‌ ତୈଳବୀଜ, ୬.୮୨ ଲକ୍ଷ ଗାଣ୍ଠି କପା, ୧ ଲକ୍ଷ ଗାଣ୍ଠି ଝୋଟ ଓ ମେସ୍ତା, ୫.୩୯ ଲକ୍ଷ ମେଟ୍ରିକ ଟନ୍‌ ମସଲା ଏବଂ ପ୍ରାୟ ୭୨ ଲକ୍ଷ ମେଟ୍ରିକ ଟନ ପନିପରିବା ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷକଙ୍କ ଆୟ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ପାଇଁ ଆହ୍ବାନ ଦେଇଥିବା ବେଳେ ଫସଲର ବିବିଧୀକରଣ ଏବଂ ସମନ୍ବିତ କୃଷି କାର୍ଯ୍ୟ ଦ୍ୱାରା ଏହି ଲକ୍ଷ୍ୟ ହାସଲ କରିହେବ ବୋଲି ସେ କହିଛନ୍ତି। ଚାଷୀମାନେ ଯେପରି ଆବଶ୍ୟକ କୃଷି ସାମଗ୍ରୀ ଓ ଉନ୍ନତ ମାନର ବିହନ ଏବଂ ସାର ଠିକ୍‌ ସମୟରେ ଓ ପର୍ଯ୍ୟାପ୍ତ ପରିମାଣରେ ପାଇପାରିବେ ସେନେଇ ଧ୍ୟାନଦେବାକୁ ମନ୍ତ୍ରୀ ସାହୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri