ପ୍ରସ୍ତୁତି ଚୁଡାନ୍ତ: ୪ରୁ ବାଗଦେବୀ ମନ୍ଦିର ପ୍ରତିଷ୍ଠା ଉତ୍ସବ 

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଭଞ୍ଜନଗର ସହର ବ୍ଲକ ଛକରେ ଥିବା କୟା ବାଗଦେବୀ ମନ୍ଦିର ଏବଂ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆସନ୍ତା ୪ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମୟରେ କଳସ ଶୋଭାଯାତ୍ରା ସହ ନାମ ଯଜ୍ଞ, ଅନ୍ନ ଯଜ୍ଞ, ଘୃତ ଯଜ୍ଞ ସମେତ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହେବ।

ରବିବାର ସନ୍ଧ୍ୟାରେ ମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଏଥିରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଅଧ୍ୟକ୍ଷତା କରି ପ୍ରତିଷ୍ଠା ଉତ୍ସବ କିଭଳି ସୂଚାରୁରୂପେ ସମ୍ପନ୍ନ ହେବ ସେନେଇ ଗୁରୁତ୍ୱ ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ଦିର କର୍ମକର୍ତ୍ତା ପ୍ରସର୍ନ ନାୟକ, ମୁରଲୀ ପଣ୍ଡା, ଧୋବା ଗୌଡ, ସନ୍ତୋଷ ପାଳ, ଗୋପାଳ ପାଣିଗ୍ରାହୀ ଉପସ୍ଥିତି ଥିଲେ।

ବୈଠକରେ ମନ୍ଦିର କର୍ମକର୍ତ୍ତା ଶ୍ରୀରାମ ପ୍ରସାଦ ପାଳ, ପ୍ରମୋଦ ଦଳବେହେରା, ସୁବାସ ପ୍ରଧାନ, ସୁବାଷ ବରାଡ, କଳ୍ପତରୁ ନାୟକ, ରାଘବ ଚନ୍ଦ୍ର ଆଚାର୍ଯ୍ୟ, ପ୍ରଫୁଲ୍ଲ ପଟ୍ଟନାୟକ, ପର୍ଶୁରାମ ସ୍ବାଇଁ, ହରିହର ନାୟକ, ଏମପି ପ୍ରତିନିଧି ସନ୍ତୋଷ ତିଆଡି ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

କିଛିବର୍ଷ ତଳେ ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତା ସମ୍ପ୍ରସାରଣ ହୋଇଥିଲା। ଫଳରେ ରହିଥିବା ବାଗଦେବୀ ମନ୍ଦିର ସମ୍ମୁଖରେ ଜମୁଥିବା ବର୍ଷା ପାଣି ଆଉ ନିଷ୍କାସନ ହୋଇପାରିଲା ନାହିଁ। ବର୍ଷା ଦିନେ ମନ୍ଦିର ଭିତରେ ୩ ରୁ ୪ ଫୁଟ ପାଣି ଜମି ରହୁଥିଲା। ତେଣୁ ସେଠାରେ ଏକ ନୂତନ ମନ୍ଦିର ନିର୍ମାଣ କରିବା ଆବଶ୍ୟକ ହୋଇପଡ଼ିଥିଲା। ୨୦୨୩ରୁ ନୂତନ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଇତିମଧ୍ୟରେ ସମସ୍ତଙ୍କ ସହଯୋଗରେ ମନ୍ଦିର କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri