ବଟେଶ୍ୱର ବାଲିଯାତ୍ରା ପାଇଁ ପ୍ରସ୍ତୁତି: ହୁମା ଫାଣ୍ଡି ଅଧିକାରୀଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ,୮।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବ ପୀଠ l ଆସନ୍ତା ଅକ୍ଟୋବର ମାସ ତଥା କାର୍ତ୍ତିକ ମାସରେ ଉକ୍ତ ଶୈବ ପୀଠ ଠାରେ ବହୁ ଭକ୍ତଙ୍କ ଭିଡ଼ ଜମିବ l ଏଥିସହ ନଭେମ୍ବରରେ ବଟେଶ୍ୱର ବାଲିଯାତ୍ରା ଅନୁଷ୍ଠିତ ହେବ l ଉକ୍ତ ବାଲିଯାତ୍ରାରେ ମଧ୍ୟ ଲକ୍ଷାଧିକ ଭକ୍ତ ସାମଗମ ହେବ l ଏନେଇ ସୋମବାର ବଟେଶ୍ୱର ଐତିହ୍ୟ ସରାଂକ୍ଷଣ କମିଟିର ଏକ ପ୍ରତିନିଧି ହୁମା ଫାଣ୍ଡି ଅଧିକାରୀ ସତ୍ୟଜିତ ବେଣୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ଆଇନ ଶୃଙ୍ଖଳା ଓ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ l
ଆଲୋଚନା ବେଳେ କମିଟି ଉପଦେଷ୍ଟା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାଏ,କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ, ଉପସଭାପତି ଶବର କୁମାର ତରାଇ, ସମ୍ପାଦକ ରଞ୍ଜିତ ପଲାଇ, ବରିଷ୍ଠ ସଭ୍ୟ ବୃନ୍ଦାବନ ପ୍ରଧାନ, ପବିତ୍ର ସ୍ବାଇଁ, ଶିବରାମ ପଲାଇ,ନିରାକାର ଜେନା, କ୍ରିଷ୍ଣା ରେଡି ଏବଂ ତ୍ରିନାଥ ରେଡି ପ୍ରମୁଖ ଉପସ୍ଥିତ ଥିଲେ l ମନ୍ଦିର ପରିଚାଳନା କମି ଓ ପ୍ରଶାସନ ମଧ୍ୟରେ ଏକ ପ୍ରସ୍ତୁତି ବୈଠକ କରାଯିବ ବୋଲି ଆଲୋଚନା ହୋଇଥିଲା l ବଟେଶ୍ୱର ପୀଠକୁ ମାତ୍ର ଗୋଟିଏ ରାସ୍ତା ତାହା ମଧ୍ୟ ସଂକୀର୍ଣ୍ଣ l ପ୍ରତିବର୍ଷ ଯାତ୍ରା ସମୟରେ ଉକ୍ତ ସଂକୀର୍ଣ୍ଣ ରାସ୍ତାରେ ଶହ ଶହ ଗାଡି ମୋଟର ଯାତାୟାତ ବେଳେ ଟ୍ରାଫିକ ସମସ୍ୟା ଦେଖା ଦେଉଛି l ପରବର୍ତ୍ତୀ ସମୟରେ ତହସିଲଦାର ଏବଂ ବିଡ଼ିଓଙ୍କୁ ପରିଚାଳନା କମିଟି ପକ୍ଷରୁ ଭେଟି ସମାଧାନ ପାଇଁ ଆଲୋଚନା କରାଯିବ ବୋଲି ଐତିହ୍ୟ ସଂରକ୍ଷଣ କମିଟି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ବାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri