ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍‌ଏସି ସଭାଗୃହ ପରିସରରେ ଆୟୋଜିତ ବୈଠକରେ ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ଅଧ୍ୟକ୍ଷତା କରିଥିଲେ ।

ବୈଠକରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଉପାଧ୍ୟକ୍ଷା କେ. ପୂଜା, ଏମ୍‌ପିଙ୍କ ପ୍ରତିନିଧି ନିରୂପମା ପଟ୍ଟନାୟକଙ୍କ ସମେତ ସମସ୍ତ କାଉନସିଲର ଏବଂ ଏନଏସି କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅବସରରେ କ୍ରୀଡ଼ା ପ୍ରତିଯୋଗିତା, ସମୂହ ସଫେଇ, ବୃକ୍ଷରୋପଣ, ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ମଧ୍ୟରେ ଝୋଟି ପ୍ରତିଯୋଗିତା ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦେଶାତ୍ମବୋଧକ ସଙ୍ଗୀତ, ଗଳ୍ପ କଥନ ଓ ବତ୍କୃତା ପ୍ରତିଯୋଗୀତା କରାଯାଇ କୃତୀ ପ୍ରତିଯୋଗୀଙ୍କ ପୁରସ୍କାର ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ବୈଠକରେ କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ ପାତ୍ର, ସୁନୀଲ ପଣ୍ଡା, ଜ୍ୟୋସ୍ନା ଜେନା, କାଉନସିଲର ପ୍ରତିନିଧି ରମେଶ ଚନ୍ଦ୍ର ଜେନା, ରଞ୍ଜିତ ବେହେରା, ଇ.ଶଙ୍କର, ଅବସରପ୍ରାପ୍ତ କର୍ମଚାରୀ ସଂଘର ସମ୍ପାଦକ କେ.ନାଗେଶର ରାଓ, ସୁବାସ ପାଢ଼ୀ, ଦନାର୍ଦ୍ଦନ ପଣ୍ଡା, ଅବସରପ୍ରାପ୍ତ ଅଧ୍ୟାପକ ଡ଼.ପ୍ରକାଶ ପାଣିଗ୍ରାହୀ, ଶିକ୍ଷକ କାଳୁ ଚରଣ ପାଣିଗ୍ରାହୀ, ସୁବାସ ସାହୁ, ଶିଶିର ପଣ୍ଡା, ପୂର୍ବତନ କାଉନସିଲର ଏମ୍‌.ବାଇନାଥଙ୍କ ସମେତ ଅନ୍ୟାନ୍ୟ କାଉନସିଲର ଏବଂ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ, ସିଆର୍‌ସିସି, ବରିଷ୍ଠ ନାଗରିକ, ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri