Posted inଭଦ୍ରକ

ବିପର୍ଯ୍ୟୟ କ୍ଷତି ରୋକିବାକୁ ପ୍ରସ୍ତୁତି

ପଦ୍ମପୁର, ୧୬।୫ (ଡି.ଏନ.ଏ.): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ବାତ୍ୟା ଓ ବନ୍ୟା ପ୍ରବଣ ଅଞ୍ଚଳ। ପ୍ରତିବର୍ଷ ଲଘୁଚାପ ଜନିତ ବନ୍ୟା ଓ ବାତ୍ୟାରେ କ୍ଷୟକ୍ଷତିକୁ ରୋକିବା ପାଇଁ ଆରମ୍ଭ ହୋଇଛି ପୂର୍ବ ପ୍ରସ୍ତୁତି। ବ୍ଲକର ମନ୍ତେଈ ନଦୀକୂଳବର୍ତ୍ତୀ ବାଲିମେଦ ଓ ଆନ୍ଦୋଳା ପଞ୍ଚାୟତରେ ବାଲେଶ୍ୱର ସୋସିଆଲ ସଭିର୍ର୍ସ ସୋସାଇଟି ପକ୍ଷରୁ ବିଭିନ୍ନ ଗ୍ରାମରେ ବନ୍ୟା ବାତ୍ୟାର କ୍ଷୟକ୍ଷତିକୁ ରୋକିବା ଲାଗି ପ୍ରଶାସନ ସହଯୋଗରେ ପ୍ରସ୍ତୁତି ଚାଲିଛି। ଗ୍ରାମର ସମ୍ବଳ, ସାମାଜିକ, ବିପଦପୂର୍ଣ୍ଣ, ସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରାଯିବା ସହ ବିଭିନ୍ନ ଟାସ୍କଫୋର୍ସକୁ ମଧ୍ୟ ତାଲିମ ପ୍ରଦାନ କରାଯାଉଛି। ଏସବୁର ତଦାରଖ କରିବା ପାଇଁ କାରିଟାସ ଜର୍ମାନୀର ମାଟ୍ରିନା ରବିବାର କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ଦିଗ ବିଷୟରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି। ଆଗକୁ ବର୍ଷାଋତୁ ଆସୁଥିବାରୁ ପ୍ରସ୍ତୁତି ସାରିବାକୁ ସେ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ତାଙ୍କ ସହ ସଂସ୍ଥାର ନିର୍ଦ୍ଦେଶକ ଫାଦେର ଲିଜୋ, ପ୍ରକଳ୍ପ ସଂଯୋଜକ ଜନ୍‌ ଉଇଲିଅମ ବାରିକ, ଦୀପାଞ୍ଜଳି ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସେ ବାଲିମେଦ ପଞ୍ଚାୟତର କାଳିଦାସପୁର ଓ ଚାରବାଟିଆ ଗ୍ରାମକୁ ଯାଇ ପରିଦର୍ଶନ କରି ଫେରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri