Posted inଭଦ୍ରକ

ବିପର୍ଯ୍ୟୟ କ୍ଷତି ରୋକିବାକୁ ପ୍ରସ୍ତୁତି

ପଦ୍ମପୁର, ୧୬।୫ (ଡି.ଏନ.ଏ.): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ବାତ୍ୟା ଓ ବନ୍ୟା ପ୍ରବଣ ଅଞ୍ଚଳ। ପ୍ରତିବର୍ଷ ଲଘୁଚାପ ଜନିତ ବନ୍ୟା ଓ ବାତ୍ୟାରେ କ୍ଷୟକ୍ଷତିକୁ ରୋକିବା ପାଇଁ ଆରମ୍ଭ ହୋଇଛି ପୂର୍ବ ପ୍ରସ୍ତୁତି। ବ୍ଲକର ମନ୍ତେଈ ନଦୀକୂଳବର୍ତ୍ତୀ ବାଲିମେଦ ଓ ଆନ୍ଦୋଳା ପଞ୍ଚାୟତରେ ବାଲେଶ୍ୱର ସୋସିଆଲ ସଭିର୍ର୍ସ ସୋସାଇଟି ପକ୍ଷରୁ ବିଭିନ୍ନ ଗ୍ରାମରେ ବନ୍ୟା ବାତ୍ୟାର କ୍ଷୟକ୍ଷତିକୁ ରୋକିବା ଲାଗି ପ୍ରଶାସନ ସହଯୋଗରେ ପ୍ରସ୍ତୁତି ଚାଲିଛି। ଗ୍ରାମର ସମ୍ବଳ, ସାମାଜିକ, ବିପଦପୂର୍ଣ୍ଣ, ସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରାଯିବା ସହ ବିଭିନ୍ନ ଟାସ୍କଫୋର୍ସକୁ ମଧ୍ୟ ତାଲିମ ପ୍ରଦାନ କରାଯାଉଛି। ଏସବୁର ତଦାରଖ କରିବା ପାଇଁ କାରିଟାସ ଜର୍ମାନୀର ମାଟ୍ରିନା ରବିବାର କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ଦିଗ ବିଷୟରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି। ଆଗକୁ ବର୍ଷାଋତୁ ଆସୁଥିବାରୁ ପ୍ରସ୍ତୁତି ସାରିବାକୁ ସେ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ତାଙ୍କ ସହ ସଂସ୍ଥାର ନିର୍ଦ୍ଦେଶକ ଫାଦେର ଲିଜୋ, ପ୍ରକଳ୍ପ ସଂଯୋଜକ ଜନ୍‌ ଉଇଲିଅମ ବାରିକ, ଦୀପାଞ୍ଜଳି ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସେ ବାଲିମେଦ ପଞ୍ଚାୟତର କାଳିଦାସପୁର ଓ ଚାରବାଟିଆ ଗ୍ରାମକୁ ଯାଇ ପରିଦର୍ଶନ କରି ଫେରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri