‘୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ଲାଗି ପ୍ରସ୍ତୁତି’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ‘ୟାସ୍‌’ ଦ୍ବାରା ସଙ୍ଗଠିତ ସମ୍ଭାବ୍ୟ କ୍ଷୟକ୍ଷତିର ମୁକାବିଲା ସହ ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସରବରାହର ପୁନରୁଦ୍ଧାର ନିମନ୍ତେ ନିଜକୁ ପ୍ରସ୍ତୁତ ରଖିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସମସ୍ତ ବିତରଣ କମ୍ପାନୀ, ଗ୍ରୀଡ୍‌କୋ, ଓପିଟିସିଏଲ୍‌, ପିଜିସିଆଇଏଲ୍‌ ଓ ଏନ୍‌ଟିପିସିର ଅଧିକାରୀଙ୍କୁ ଭର୍ଚୁଆଲ ବୈଠକରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରିବାକୁ ଏକ ବ୍ଲ୍ୟୁ-ପ୍ରିଣ୍ଟ ପ୍ରସ୍ତୁତ ସହ ମାନବ ସମ୍ବଳ ବିନିଯୋଗ, ଯନ୍ତ୍ରପାତିର ଉପଯୋଗ ଓ ସରଞ୍ଜାମ ଉପଲବ୍ଧ ଆଦିକୁ ପ୍ରଭାବୀ ଭାବେ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ବିଦ୍ୟୁତ୍‌ଜନିତ ଧନଜୀବନ ହାନି ଯେପରି ନ ଘଟେ ସେଥିପ୍ରତି ଧ୍ୟାନ ଦେବାକୁ ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ-ମୃତ୍ୟୁ ମିଶନକୁ ସଫଳ କରିବାକୁ ସେ ପରାମର୍ଶ ଦେବାସହ ବିଭିନ୍ନ ସ୍ଥାନରେ ମୁତୟନ ହୋଇଥିବା ଅଧିକାରୀମାନେ ସ୍ଥାନୀୟ ଅଞ୍ଚଳର ଜନପ୍ରତିନିଧିଙ୍କ ସହ ଯୋଗାଯୋଗରେ ରହି ସେମାନଙ୍କ ସହଯୋଗ ନେବାକୁ କହିଛନ୍ତି।
ସେ କହିଛନ୍ତି ଯେ ପ୍ରତି ଜିଲାରେ ନିୟନ୍ତ୍ରଣ କକ୍ଷ ସ୍ଥାପନ ସହ ଜିଲା ପ୍ରଶାସନ ସହିତ ସମ୍ପର୍କରେ ରହିବା। ସମ୍ପ୍ରତି ରାଜ୍ୟର ବିଭିନ୍ନ ସ୍ଥାନରେ କୋଭିଡ୍‌ ହସ୍ପିଟାଲ୍‌ଗୁଡ଼ିକ କାର୍ଯ୍ୟକ୍ଷମ ରହିଛି। ତେଣୁ ଏହି ବାତ୍ୟା ସମୟରେ କିପରି ବିକଳ୍ପ ପଦ୍ଧତିରେ ବିଦ୍ୟୁତ୍‌ ଯୋଗାଣ କରାଯିବ ସେଥିପାଇଁ ଆକଳନ କରି ଡିଜି ସେଟ୍‌ ଉପଲବ୍ଧ କରିବାକୁ ହେବ। ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଜିଲା ସଦର ମହକୁମା, କୋଭିଡ୍‌ ହସ୍ପିଟାଲ, ଅକ୍ସିଜେନ ପ୍ଲାଣ୍ଟ, ବ୍ଲକ ମୁଖ୍ୟାଳୟ, ପାଣି ପମ୍ପ ପ୍ରଭୃତି ସ୍ଥାନକୁ ଅଗ୍ରାଧିକାରଭିତ୍ତିରେ ବିଦ୍ୟୁତ୍‌ ଯୋଗାଣ କରାଯିବ। ବିଦ୍ୟୁତ୍‌ ବିତରଣ କମ୍ପାନୀଗୁଡ଼ିକ ତରଫରୁ ଆବଶ୍ୟକ ମାନବସମ୍ବଳ ଓ ଉପକରଣ, ଯାନବାହନ ଆଦି ଆଗୁଆ ପ୍ରସ୍ତୁତ ରଖାଯାଇଥିବା ପ୍ରକାଶ କରାଯାଇଛି। ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ, କେବୁଲ, ତାର, ଟ୍ରାନ୍ସଫର୍ମର, ଶକ୍ତିଚାଳିତ କରତ, ବାଉଁଶ ଶିଡ଼ି, ଡବଲ ପୁଲି, ହାଇଡ୍ରା ମେଶିନ, ପୋଲ୍‌ ମାଷ୍ଟର, ଓ୍ବେଲ୍‌ଡିଂ ମେଶିନ, ଆସ୍କା ଲାଇଟ୍‌, ଡିଜି ସେଟ୍‌, ଟର୍ଚ୍ଚ ଲାଇଟ୍‌, ଭ୍ରାମ୍ୟମାଣ ପାଓ୍ବାର ବ୍ୟାଙ୍କ, ଫାଷ୍ଟ-ଏଡ୍‌ ବକ୍ସ, କର୍ମଚାରୀଙ୍କ ପାଇଁ ଶୁଖିଲା ଖାଦ୍ୟ, ଔଷଧ, ସାପ ବିଷନାଶକ ଔଷଧ ଆଦି ମହଜୁଦ ରଖାଯାଇଥିବା କୁହାଯାଇଛି। ଖୁବ୍‌ଶୀଘ୍ର ବିଦ୍ୟୁତ୍‌ କମ୍ପାନୀଗୁଡ଼ିକ ଏବଂ ଓପିଟିସିଏଲ୍‌ ତରଫରୁ ବୈଦ୍ୟୁତିକ ଓ ମୁଦ୍ରଣ ଗଣମାଧ୍ୟମ ଜରିଆରେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବିଜ୍ଞାପନ ପ୍ରକାଶ କରାଯିବ। ସୋମବାର ମକ୍‌ଡ୍ରିଲ୍‌ କରାଯାଇ କର୍ମଚାରୀଙ୍କୁ ତ୍ବରିତ ସେବା ଏବଂ ପୁନରୁଦ୍ଧାର ଉପରେ ତାଲିମ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri