ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ଉପଖଣ୍ଡସ୍ତରୀୟ ପ୍ରସ୍ତୁତି ବୈଠକ ସୋମବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ଉପଜିଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଭଞ୍ଜନଗର ଜେଲ ପଡ଼ିଆରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହେବ। ଶାନ୍ତି, ଶୃଙ୍ଖଳା ଓ ସମନ୍ବୟର ସହିତ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଉପଜିଲାପାଳ ଶ୍ରୀ ବେହେରା ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ବଣ୍ଟନ କରିବା ସହ ସମସ୍ତ ପ୍ରସ୍ତୁତି ନିର୍ଦ୍ଦିିଷ୍ଟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସ୍ବାଧୀନତା ଦିବସ ଦିନ ପ୍ରତ୍ୟୁଷ ୫.୩୦ ସମୟରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ରାମଧୂନ ପରିବେଷଣ କରାଯିବ। ସକାଳ ୭.୩୦ ସମୟରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ। ସକାଳ ୯ଟା ୧୫ ମିନିଟରେ ଭଞ୍ଜନଗର ଜେଲ ପଡ଼ିଆରେ ଉପଜିଲାପାଳ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିବେ।
ଏହାବ୍ୟତୀତ ସ୍କୁଲ ଓ କଲେଜ ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ ଏବଂ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ, ଚିଦାନନ୍ଦ କୁଷ୍ଠାଶ୍ରମ ତଥା ତନରଡ଼ାସ୍ଥିତ ଜରାଶ୍ରମ ଗୁଡ଼ିକରେ ଫଳ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା।

ବୈଠକରେ ଉପଖଣ୍ଡ ପୋଲିସ ଅଧିକାରୀ ଡ. ଦୀପକ କୁମାର ମିଶ୍ର, ସହକାରି ଉପଜିଲ୍ଲାପାଳ ଚନ୍ଦ୍ରଗିରି ଗାୟତ୍ରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ, ତହସିଲଦାର ଅଭିଷ୍ପା ପଟ୍ଟନାୟକ, କଲେଜ ଅଧ୍ୟକ୍ଷ ଡ ଗଗନ ବିହାରୀ ପୁରୋହିତ, ସୁନୀଲ ପଟ୍ଟନାୟକ, ଶ୍ରୀରାମ ପାଳ, ମୁରଲୀ ପଣ୍ତା, ସିଡିପିଓ ମିଲିମା କୁମାରୀ ପଣ୍ତା,ସମେତ ବିଭିନ୍ନ ବିଭାଗର ଅଧିକାରୀ, ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ଶିକ୍ଷକ-ଶିକ୍ଷୟିତ୍ରୀ, ବଣିକ ସଂଘର ସଦସ୍ୟ, ସ୍ବେଚ୍ଛାସେବୀ ସଂଗଠନର ପ୍ରତିନିଧି ଏବଂ ବୁଦ୍ଧିଜୀବୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ବୈଠକ ପରିଚାଳନା କରିଥିବାବେଳେ କାର୍ଯ୍ୟାଳୟର ପ୍ରାକ୍ତନ ଗ୍ରନ୍ଥାଗାରିକ ପ୍ରଦୀପ କୁମାର ପାତ୍ର ଏବଂ ପଦ୍ମଚରଣ ନାୟକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?