ରାମଚଣ୍ଡୀଙ୍କ ଝାମୁ ଯାତ୍ରା ମେଳା ପାଇଁ ପ୍ରସ୍ତୁତି

ମହାକାଳପଡ଼ା,୧୧ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଶକ୍ତି ପୀଠ ଦରିଆ ପାରି ମା’ରାମଚଣ୍ଡୀଙ୍କ ମହାବିଷୁବ ସଂକ୍ରାନ୍ତି ତଥା ଝାମୁ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହେବ। ଏହି ଅବସରରେ ମା’ଙ୍କ ପୀଠରେ ୭ ଦିନ ଧରି ମେଳା ପାଇଁ ପ୍ରସ୍ତୁତି ଚାଲିଛି। ଏହି ମେଳାରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ହେଲେ ଝାମୁଯାତ୍ରାକୁ କିପରି ଶାନ୍ତଶୃଙ୍ଖଳାର ସହିତ ଶେଷ କରାଯିବ ସେଥିପାଇଁ ମନ୍ଦିର ପରିଚାଳନା କମିଟି ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ ବୋଲି ଅଭିଯୋଗ ହୋଇଛି। ବିଭିନ୍ନ ଅଞ୍ଚଳରୁ ଆସିଥିବା ବ୍ୟବସାୟୀମାନେ ମେଳା ପଡ଼ିଆରେ ଦୋକାନ ଖୋଲିବା ପାଇଁ ଲାଗିଛନ୍ତି । ସେମାନଙ୍କ ପାଇଁ କୌଣସି ସ୍ଥାନରେ ଛାମୁଡ଼ିଆର ବ୍ୟବସ୍ଥା କରାଯାଇନାହିଁ । ମନ୍ଦିର ପୋଖରୀ ଜଳ ପ୍ରଦୂଷିତ ଅବସ୍ଥାରେ ରହିଛି ା ସେଥିରୁ ପଙ୍କ କାଢ଼ିବାର ବ୍ୟବସ୍ଥା କରାଯାଇନାହିଁ । ବ୍ୟବସାୟୀମାନଙ୍କ ପାଇଁ ଶୌଚାଳୟ, ପାନୀୟ ଜଳର ବ୍ୟବସ୍ଥା ହୋଇନାହିଁ । ଅନ୍ୟପକ୍ଷେ ଉକ୍ତ ମେଳାରୁ ଲକ୍ଷାଧିକ ଟଙ୍କା ରାଜସ୍ବ ଆଦାୟ ହେଉଥିବା ବେଳେ ମା’ଙ୍କ ମନ୍ଦିରକୁ ରଙ୍ଗ ସଫେଇତ କରାଯାଉନାହିଁ ବୋଲି ସ୍ଥାନୀୟ ଶ୍ରଦ୍ଧାଳୁମାନେ କହିଛନ୍ତି । ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ଜରୁରୀ ବୋଲି ମା’ରାମଚଣ୍ଡୀ ସେନା ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି । ମନ୍ଦିର ବେଢ଼ା ପରିସରରେ ଅଳିଆ ଆବର୍ଜନା ଗଦା ହୋଇଥିଲେ ମଧ୍ୟ ସ୍ବଚ୍ଛତା ପ୍ରତି ଦୃଷ୍ଟି ନାହିଁ। ଅନ୍ୟପକ୍ଷେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ଫୋର୍ସ ମୁତୟନ ରହିବେ ବୋଲି ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି। ତୁରନ୍ତ ମେଳାରେ ଜଳ ଯୋଗାଣ , ପରିମଳ , ଅଗ୍ନି ନିରାପତ୍ତା, ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ଶୌଚାଳୟ ନିର୍ମାଣ ପାଇଁ ଦାବି କରିଛନ୍ତି ମା’ରାମଚଣ୍ଡୀ ଆଞ୍ଚଳିକ ସେନା ଆବାହକ ଲକ୍ଷ୍ମୀକାନ୍ତ ସ୍ବାଇଁ । ବିଭିନ୍ନ ସ୍ଥାନରୁ ଆସିଥିବା ବ୍ୟବସାୟୀ ଦୋକାନ ଖୋଲିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri