ରାମଚଣ୍ଡୀଙ୍କ ଝାମୁ ଯାତ୍ରା ମେଳା ପାଇଁ ପ୍ରସ୍ତୁତି

ମହାକାଳପଡ଼ା,୧୧ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଶକ୍ତି ପୀଠ ଦରିଆ ପାରି ମା’ରାମଚଣ୍ଡୀଙ୍କ ମହାବିଷୁବ ସଂକ୍ରାନ୍ତି ତଥା ଝାମୁ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହେବ। ଏହି ଅବସରରେ ମା’ଙ୍କ ପୀଠରେ ୭ ଦିନ ଧରି ମେଳା ପାଇଁ ପ୍ରସ୍ତୁତି ଚାଲିଛି। ଏହି ମେଳାରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ। ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ହେଲେ ଝାମୁଯାତ୍ରାକୁ କିପରି ଶାନ୍ତଶୃଙ୍ଖଳାର ସହିତ ଶେଷ କରାଯିବ ସେଥିପାଇଁ ମନ୍ଦିର ପରିଚାଳନା କମିଟି ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ ବୋଲି ଅଭିଯୋଗ ହୋଇଛି। ବିଭିନ୍ନ ଅଞ୍ଚଳରୁ ଆସିଥିବା ବ୍ୟବସାୟୀମାନେ ମେଳା ପଡ଼ିଆରେ ଦୋକାନ ଖୋଲିବା ପାଇଁ ଲାଗିଛନ୍ତି । ସେମାନଙ୍କ ପାଇଁ କୌଣସି ସ୍ଥାନରେ ଛାମୁଡ଼ିଆର ବ୍ୟବସ୍ଥା କରାଯାଇନାହିଁ । ମନ୍ଦିର ପୋଖରୀ ଜଳ ପ୍ରଦୂଷିତ ଅବସ୍ଥାରେ ରହିଛି ା ସେଥିରୁ ପଙ୍କ କାଢ଼ିବାର ବ୍ୟବସ୍ଥା କରାଯାଇନାହିଁ । ବ୍ୟବସାୟୀମାନଙ୍କ ପାଇଁ ଶୌଚାଳୟ, ପାନୀୟ ଜଳର ବ୍ୟବସ୍ଥା ହୋଇନାହିଁ । ଅନ୍ୟପକ୍ଷେ ଉକ୍ତ ମେଳାରୁ ଲକ୍ଷାଧିକ ଟଙ୍କା ରାଜସ୍ବ ଆଦାୟ ହେଉଥିବା ବେଳେ ମା’ଙ୍କ ମନ୍ଦିରକୁ ରଙ୍ଗ ସଫେଇତ କରାଯାଉନାହିଁ ବୋଲି ସ୍ଥାନୀୟ ଶ୍ରଦ୍ଧାଳୁମାନେ କହିଛନ୍ତି । ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ଜରୁରୀ ବୋଲି ମା’ରାମଚଣ୍ଡୀ ସେନା ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି । ମନ୍ଦିର ବେଢ଼ା ପରିସରରେ ଅଳିଆ ଆବର୍ଜନା ଗଦା ହୋଇଥିଲେ ମଧ୍ୟ ସ୍ବଚ୍ଛତା ପ୍ରତି ଦୃଷ୍ଟି ନାହିଁ। ଅନ୍ୟପକ୍ଷେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ଫୋର୍ସ ମୁତୟନ ରହିବେ ବୋଲି ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି। ତୁରନ୍ତ ମେଳାରେ ଜଳ ଯୋଗାଣ , ପରିମଳ , ଅଗ୍ନି ନିରାପତ୍ତା, ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ଶୌଚାଳୟ ନିର୍ମାଣ ପାଇଁ ଦାବି କରିଛନ୍ତି ମା’ରାମଚଣ୍ଡୀ ଆଞ୍ଚଳିକ ସେନା ଆବାହକ ଲକ୍ଷ୍ମୀକାନ୍ତ ସ୍ବାଇଁ । ବିଭିନ୍ନ ସ୍ଥାନରୁ ଆସିଥିବା ବ୍ୟବସାୟୀ ଦୋକାନ ଖୋଲିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri