କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ସେବାୟତମାନଙ୍କ ସହ ଆଗାମୀ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହ ହେବ ସେନେଇ ଆଲୋଚନା କରିଥିଲେ। ଏଥିସହ ରଥ ଚକ ନିର୍ମାଣ ଉପରେ ବଢ଼େଇମାନଙ୍କ ସହ ଆଲୋଚନା କରିଥିଲେ। ଅପରପକ୍ଷେ ଶୁକ୍ରବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କୁଲାଡ ରଥାଯାତ୍ରାର ପ୍ରଥମ ପ୍ରସ୍ତୁତି ବୈଠକ ବସିବ। ଏଥିରେ ଉପଜିଲାପାଳ ଉମା ଶଙ୍କର ବେହେରା ଅଧ୍ୟକ୍ଷତା କରିବେ।

 

Dharitri – Odisha’s No.1 Odia Daily

 

Share