ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ରାଖୀ ପ୍ରସ୍ତୁତି

ପୁରୀ,୮।୮(ଅଜିତ୍‌ କୁମାର ମହାନ୍ତି): ରକ୍ଷାବନ୍ଧନ ଭାଇ ଭଉଣୀ ଭିତରେ ଥିବା ସ୍ନେହ ଓ ପବିତ୍ର ବନ୍ଧନର ପର୍ବକୁ ଦର୍ଶାଇଥାଏ। ଏହି ପବିତ୍ର ବନ୍ଧନର ଝଲକ ଶ୍ରୀମନ୍ଦିରରେ ତଥା ଶ୍ରୀଜଗନ୍ନାଥ ସଂସ୍କୃତିରେ ମଧ୍ୟ ଦେଖିବାକୁ ମିଳିଥାଏ। ପବିତ୍ର ରକ୍ଷାବନ୍ଧନ ପର୍ବ ଶ୍ରାବଣ ମାସର ପୂର୍ଣ୍ଣିମା ତଥା ବଡ ଠାକୁର ବଳଭଦ୍ରଙ୍କ ଜନ୍ମଦିନ ପାଳନ କରାଯାଇଥାଏ। ଚଳିତ ମାସ ୯ ତାରିଖରେ ଶ୍ରୀମନ୍ଦିରରେ ରକ୍ଷାବନ୍ଧନ ପର୍ବ ପାଳନ ହେବ। ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ରକ୍ଷା ବନ୍ଧନ ଅନନ୍ୟ।

ଶ୍ରୀମନ୍ଦିର ରୀତିନୀତି ଅନୁଯାୟୀ, ଦେବୀ ସୁଭଦ୍ରା ତାଙ୍କର ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ହାତରେ ରାକ୍ଷୀ ବାନ୍ଧି ପରମ୍ପରାର ପବିତ୍ର ସମ୍ପର୍କକୁ ଦର୍ଶାଇ ଥାଆନ୍ତି। ଏଥିପାଇଁ ପାଟରା ବିଶୋଇ ସେବକମାନେ ରାଖୀ ପ୍ରସ୍ତୁତିରେ ଲାଗିଛନ୍ତି। ରାଖିପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଳଭଦ୍ର ୨ଟି ଲେଖାଏ ରାଖୀ ଓ ୨ଟି ଲେଖାଏ ଗୁଆମାଳ ପରିଧାନ କରିଥାନ୍ତି ।

ପାଟରା ବିଶୋଇ ସେବକ ବାସୁଙ୍ଗା ପାଟରେ ରାଖୀ ଓ ଗୁଆମାନ ପ୍ରସ୍ତୁତ କରିଥାନ୍ତି। ପ୍ରାୟ ୧୫ କିଲୋ ବାସୁଙ୍ଗା ପାଟରେ ପ୍ରସ୍ତୁତ ଏହି ସ୍ବତନ୍ତ୍ର ରାଖୀକୁ ଚିତାଲାଗି ଅମାବାସ୍ୟା ପରଠାରୁ ପ୍ରସ୍ତୁତ କରିଥାଆନ୍ତି ପାଟରା ସେବାୟତ। ତାହାକୁ ଭଉଣୀ ସୁଭଦ୍ରା ଦୁଇ ଭାଇଙ୍କ ହାତରେ ବାନ୍ଧିଥାନ୍ତି। ନାଲି,ସବୁଜ,ହଳଦିଆ ଓ ନୀଳ ରଙ୍ଗର ଏହି ଗୁଆମାଳ ରାଖୀକୁ ମଧ୍ୟ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥାଏ। ମାଣିଆବନ୍ଧରେ ତିଆରି ହୋଇଥିବା ପାଟସୂତାରୁ ଏହି ରାଖୀକୁ ପାଟରା ସେବାୟତ ଶ୍ରଦ୍ଧା,ଭକ୍ତି ଓ ବିଶ୍ୱାସର ସହ ପ୍ରସ୍ତୁତ କରିଥାଆନ୍ତି।

ଶ୍ରୀଜଗନ୍ନାଥ ହଳଦିଆ ଓ ନାଲି ରଙ୍ଗର ଗୁଆମାଳ ଏବଂ ବଳଭଦ୍ର ବାଇଗଣୀ ଓ ନୀଳ ରଙ୍ଗର ଗୁଆମାଳ ପରିଧାନ କରନ୍ତି। ୫୪ଟି ଗୁଆରେ ଗୋଟିଏ ଲେଖାଏ ମାଳ ପ୍ରସ୍ତୁତ ହୋଇଥାଏ। ପାଟରା ବିଶୋଇ ସନ୍ତୋଷ କୁମାର ପାତ୍ରଙ୍କ କହିବା ଅନୁଯାୟୀ, ରାଖୀ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ୪ଟି ରାଖୀ, ୪ଟି ଗୁଆମାଳକୁ ନେଇ ଭଣ୍ଡାର ମେକାପଙ୍କୁ ହସ୍ତାନ୍ତର କରାଯିବ। ରାଖୀ ପ୍ରସ୍ତୁତି ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାସୁଙ୍ଗା ପାଟ ଯୋଗାଇ ଦିଆଯାଇଥାଏ।

ଶ୍ରୀଜଗନ୍ନାଥ ଏବଂ ବଳଭଦ୍ରଙ୍କ ପାଇଁ ୪ଟି ରାଖୀ ପ୍ରସ୍ତୁତ ହେଉଥିବାବେଳେ ପାଶର୍‌ବଦେବତାଙ୍କ ପାଇଁ ଛୋଟ ରାଖୀ ତିଆରି କରାଯାଇଥାଏ। ଗହ୍ମା ପୂର୍ଣ୍ଣିମା ସକାଳେ ଶ୍ରୀମନ୍ଦିରରୁ ଚର୍ଚ୍ଚା ଆସି ଡାକିଥାନ୍ତି। ଏହାପରେ ରାଖୀ ଏବଂ ଗୁଆମାଳ ଦୁଇଟି ତାଡ଼ରେ ଶ୍ରୀମନ୍ଦିରକୁ ଯାଇଥାଏ। ମହାପ୍ରଭୁଙ୍କ ନିମନ୍ତେ ରାଖୀ ପ୍ରସ୍ତୁତ କରିବାର ସୌଭାଗ୍ୟ ପାଇଥିବାରୁ ନିଜକୁ ଧନ୍ୟ ମଣୁଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri