ମାରାଗୁଡ଼ା ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି

ନୂଆପଡ଼ା,୨୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପରମ୍ପରା,ଐତିହ୍ୟ, କଳା, ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ଜିଲାସ୍ତରୀୟ ମାରାଗୁଡା ଲୋକ ମହୋତ୍ସବ ଏପ୍ରିଲ ପ୍ରଥମ ସପ୍ତାହରେ ମିନି ଷ୍ଟାଡିୟମଠାରେ ଆୟୋଜିତ ହେବାକୁ ଯାଉଥିବାବେଳେ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଶୁକ୍ରବାର ପ୍ରଚାର କମିଟି ସଦସ୍ୟ ସିମାଞ୍ଚଳ ମହାପାତ୍ରଙ୍କ ନେତୃତ୍ୱରେ ଏକ ଦଳ କେରମେଲି ପଞ୍ଚାୟତର ଗୋଳାବନ୍ଧ, ପେଠିଆପାଲି ଓ ମାରାଗୁଡା ଗାଁକୁ ଯାଇ ମହୋତ୍ସବର ପ୍ରଚାର ପ୍ରସାର ସହ ପୋଷ୍ଟର ମାଧ୍ୟମରେ ଲୋକଙ୍କୁ ବୁଝାଇଥିଲେ। ମାରାଗୁଡା ସଭ୍ୟତାକୁ ନେଇ ନୂଆପଡା ମହୋତ୍ସବ ମାରାଗୁଡା ଲୋକ ମହୋତ୍ସବ ନାମରେ ନାମିତ ହୋଇଛି। ଏହି ଅବସରରେ ମାରାଗୁଡା ଗାଁ ଠାରେ ଏକ ସଭା କରାଯାଇ ରାଜା ରାଜୁତି କାଳରେ ଚୌହାନ ବଂଶ ଓ ଶ୍ରୀରାମଙ୍କ ପୁତ୍ର କୁଶ ଏହି ଅଞ୍ଚଳରେ ରାଜୁତି କରୁଥିଲେ ବୋଲି ପ୍ରଚାର କମିଟି ସଦସ୍ୟ କହିଥିଲେ। ସେ ସମୟରେ କେତେକ କୀର୍ତ୍ତିରାଜି ପତୋରା ଅପର ଜୋଙ୍କ ଜଳିସଚେନ ପ୍ରକଳ୍ପରେ ଲୀନ ହୋଇ ଯାଇଛି ବୋଲି କହିଥିଲେ। ନୂଆପଡା ଜିଲା ସଦର ମହକୁମାଠାରେ ପ୍ରତିବର୍ଷ ଲୋକ ମହୋତ୍ସବ ହୋଇ ଆସୁଥିଲା। କୌଣସି କାରଣରୁ ୨୦୧୨ ଠାରୁ ଏହା ବନ୍ଦ ହୋଇଯାଇଥିଲା। ୧୨ ବର୍ଷ ପରେ ପୁଣି ହେଉଥିବାରୁ ଜିଲାବାସୀ ବେଶ ଖୁସି ଅଛନ୍ତି ା ପ୍ରଚାର କମିଟି ସଦସ୍ୟ ଅଂଶୁମାନ ଅଗସ୍ତି, ରାହୁଳ ବାଗ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri