ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ପ୍ରାକ୍‌ ପ୍ରସ୍ତୁତି: ଉପକୂଳର ସମସ୍ତ ଜିଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଆସାନି’ ଓଡ଼ିଶା ଉପକୂଳରେ ମାଡ଼ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ବାତ୍ୟାକୁ ନେଇ ସଜାଗ ରହିବାକୁ ୧୮ ଜିଲାପାଳଙ୍କୁ ଏସ୍‌ଆରସି ଚିଠି ଲେଖିଛନ୍ତି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଢେଙ୍କାନାଳ, ମାଲକାନାଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲାପାଳଙ୍କୁ ଏସ୍‌ଆରସି ଚିଠି ଲେଖିଛନ୍ତି ।

ଚିଠିରେ ୨୪ଘଣ୍ଟା ଧରି ଏମର୍ଜେନ୍ସି ଅପରେଶନ ସେଣ୍ଟର ଓ କଣ୍ଟ୍ରୋଲ ରୁମ୍‌ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକସ୍ଥଳେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି । ଏହାସହିତ ସମସ୍ତ ସ୍ଥାୟୀ ଓ ଅସ୍ଥାୟୀ ସେଲ୍ଟର ଗୁଡିକୁ ଜିଓ ଟ୍ୟାଗ କରିବା ଓ ୬ ତାରିଖ ସୁଦ୍ଧା ୩ଜଣିଆ ଟିମକୁ ସେଲ୍ଟ ହୋମ ଦାୟିତ୍ୱ ହସ୍ତାନ୍ତର କରିବାକୁ କୁହାଯାଇଛି ।

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏଥିଯୋଗୁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବା ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନର ପାରିପାଶର୍‌ବିକ ସ୍ଥିତି ଅନୁକୂଳ ଥିବାରୁ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri