ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୯ଟି ଦାବି ରଖିଛନ୍ତି। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଧିକ ଅର୍ଥର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି। ସେହିପରି ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ଆର୍ଥିକ ସହାୟତା, ସହରୀକରଣ ପାଇଁ ମାଷ୍ଟରପ୍ଲାନ ସହାୟତା, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା ସୂଚନା ଦେଇ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ପ୍ରସ୍ତାବ ରଖିଛନ୍ତି, ଗୋପାଳପୁରରେ ସ୍ବତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍‌ ପାଇଁ ଆବଶ୍ୟକତା ରହିଛି। ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ଅଧିକ ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ କେନ୍ଦ୍ର ନିକଟରେ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏହାବ୍ୟତୀତ ଜଳ ଜୀବନ ମିଶନ ଅଧୀନରେ ଅଧିକ ଅର୍ଥ ଏବଂ ବାକି ପଡ଼ିଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଇବାକୁ ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୫-୨୬ ଆର୍ଥିକ ବର୍ଷର ପ୍ରାକ୍‌ ବଜେଟ ପ୍ରସ୍ତୁତି ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀମାନେ ଯୋଗ ଦେଇଥିବା ବେଳେ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମ୍‌ ଯୋଗଦେବାକୁ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?