ସୁବର୍ଣ୍ଣପୁରରେ ରାହଗିରି ପାଇଁ ପ୍ରସ୍ତୁତି

ସୋନପୁର,୨୮।୩(ନି.ପ୍ର.): ଅପ୍ରେଲ ୧ ତାରିଖ ଓଡିଶା ଦିବସ ଓ ୩୦ତମ ସୁବର୍ଣ୍ଣପୁର ଜିଲା ପ୍ରତିଷ୍ଠା ଦିବସ। ଏହି ଦିବସକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ସୁବର୍ଣ୍ଣପୁରର ବୁଦ୍ଧିଜୀବୀ, କଳାପ୍ରେମୀ ଓ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ପ୍ରତ୍ୟୁଷରେ ଡାକବାଜି ଯନ୍ତ୍ର ଦ୍ୱାରା ସହରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯିବ। ସକାଳେ ଗାନ୍ଧୀ ପଡିଆ ସ୍ଥିତ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି, ସହରରେ ଥିବା ସ୍ବଭାବ କବି ଗଙ୍ଗାଧର ମେହେର, ଉତ୍କଳମଣି ଗୋପବନ୍ଧୁ ଦାସ, କୂଳବୃଦ୍ଧ ମଧୁସୂଦନ ଦାସ, ବାବା ସାହେବ ଡ. ଆମ୍ବେଡକର, ବୀର ସୁରେନ୍ଦ୍ର ସାଏ, ମହାରାଜା ବୀରମିତ୍ର ସିଂହଦେଓ ଓ କଣ୍ଠଶିଳ୍ପୀ ଫକୀର ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ସାମୂହିକ ପୁଷ୍ପମାଲ୍ୟ ଅର୍ପଣ କରାଯିବ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବ୍ଲକ ଛକରୁ ଆମ୍ବେଡକର ଛକ ପର୍ଯ୍ୟନ୍ତ ରାହଗିରି ମାଧ୍ୟମରେ ପ୍ରତିଷ୍ଠା ଦିବସକୁ ସମାରୋହରେ ପଳନ କରାଯିବ ବୋଲି ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ଓ ଏସ୍‌ପି ଅମରେଶ କୁମାର ପଣ୍ଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ୩୦ତମ ଜିଲା ପ୍ରତିଷ୍ଠା ଦିବସକୁ ସ୍ମରଣୀୟ କରିବା ପାଇଁ ଶିଶୁ, ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ସ୍ବୟଂ ସହାୟକ ଗୋଷ୍ଠିର ସଦସ୍ୟ, କଳାକାର ଓ ଜନସାଧାରଣ କାର୍ଯ୍ୟକ୍ରମରେ ସାମିଲ ହେବେ। ରାଜରାସ୍ତାରେ ନୃତ୍ୟ, ସଙ୍ଗୀତ, କୌତୁକ ପୋଷାକ, ଯୋଗାସନ, ଫଟୋ ପ୍ରଦର୍ଶନୀ, ଚିତ୍ରାଙ୍କନ, ମେହେନ୍ଦୀ, ବାନ୍ଧକଳା ପ୍ରଦର୍ଶନ, ମ୍ୟାଜିକ୍‌ ଶୋ ଓ ଟେରାକୋଟା ଆଦି ପ୍ରଦର୍ଶନ କରାଯିବ। ଶିଶୁଙ୍କ ମଧ୍ୟରେ ମିସ୍‌ ଓ ମିଷ୍ଟର ସୁବର୍ଣ୍ଣପୁର ପ୍ରତିଯୋଗିତା ହେବ। ପରେ ଏକ ସାଂସ୍କୃତିକ ସଭାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ ବୋଲି ସୂଚନା ଦିଆଯାଇଛି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଏବଂ ବ୍ୟବସାୟିକ ପ୍ରତିଷ୍ଠାନକୁ ୩୧ ମାର୍ଚ୍ଚ ଓ ୧ ଅପ୍ରେଲ ରାତିରେ ରଙ୍ଗୀନ ଆଲୋକରେ ସଜ୍ଜିତ କରିବାକୁ ଅନୁରୋଧ କରାଯାଇଛି। କାର୍ଯ୍ୟକ୍ରମରେ ଜିଲାର ସମସ୍ତ ବର୍ଗର ଜନସାଧାରଣ ସାମିଲ ହେବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?