ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ପାଳନ ପ୍ରସ୍ତୁତି

ଭଞ୍ଜନଗର,୩୧ା୧୨(ଡି.ଏନ.ଏ): ଘୁମୁସର ମାଟିର ମହାନ ବିପ୍ଳବୀ ବୀର ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ଆସନ୍ତା ରବିବାର ଭଞ୍ଜନଗରରେ ପାଳନ କରାଯିବ। ଗଞ୍ଜାମ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଚକରା ବିଷୋୟୀ ଛକରେ ଅପରାହ୍ନ ୫ଟାରେ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମ ହେବ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ସେହିପରିି ଭୁବନେଶ୍ୱର ସୂଚନା ଭବନରେ ଆସନ୍ତା ସୋମବାର ଅପରାହ୍ନ ୫ଟାରେ ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ ପାଳନ କରାଯିବ। ଉଭୟ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସରକାରୀ ଏବଂ ବେସରକାରୀ ସ୍ତରରେ ଉଦ୍ୟମ ଚାଲିଛି। ଭଞ୍ଜନଗରରେ ହେବାକୁ ଥିବା କାର୍ଯ୍ୟକ୍ରମ ନେଇ ଉପଜିଲାପାଳ ଜ୍ୟୋତି ଶଙ୍କର ରାୟଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମାଜିକ କର୍ମୀ ଶୁଳପାଣି ଶତପଥୀ, ଏମ୍‌ପି ପ୍ରତିନିଧି ପଞ୍ଚାନନ ପାଳ, ଚକରା ବିଷୋୟୀ କଲଚୁରାଲ ଏକାଡ଼େମୀର କର୍ମକର୍ତ୍ତା ଜଗବନ୍ଧୁ ଜେନା ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଭୁବନେଶ୍ୱରରେ ହେବାକୁ ଥିତ୍ବା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି । ଭୁବନେଶ୍ୱର କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଖ୍ୟଅତିଥି,ଭଞ୍ଜନଗର କେଏସ୍‌ୟୁବି କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼.ବିଚିତ୍ରାନନ୍ଦ ଦାସ ମୁଖ୍ୟବକ୍ତା ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ଉପସଭାପତି ମନ୍ମଥ କୁମାର ଶତପଥି ସମ୍ମାନିତ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୁଁ ଚକରା କହୁଛି ନାଟକ ପରିବେଷଣ ହେବ। ସୂଚନାଯୋଗ୍ୟ, ଚକରା ବିଷୋୟୀ ଇଂଗ୍ରେଜମାନଙ୍କ ବିରୋଧରେ ଲଢ଼େଇ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଦେଶ ସ୍ବାଧୀନ ପାଇଁ ଘୁମୁସରରେ ହୋଇଥିବା ଆନ୍ଦୋଳନ ପ୍ରଥମ ଆନ୍ଦୋଳନ ବୋଲି ଅଞ୍ଚଳର ଅନେକ ଗବେଷକ ମତ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri