ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ପାଳନ ପ୍ରସ୍ତୁତି

ଭଞ୍ଜନଗର,୩୧ା୧୨(ଡି.ଏନ.ଏ): ଘୁମୁସର ମାଟିର ମହାନ ବିପ୍ଳବୀ ବୀର ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ଆସନ୍ତା ରବିବାର ଭଞ୍ଜନଗରରେ ପାଳନ କରାଯିବ। ଗଞ୍ଜାମ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଚକରା ବିଷୋୟୀ ଛକରେ ଅପରାହ୍ନ ୫ଟାରେ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମ ହେବ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ସେହିପରିି ଭୁବନେଶ୍ୱର ସୂଚନା ଭବନରେ ଆସନ୍ତା ସୋମବାର ଅପରାହ୍ନ ୫ଟାରେ ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ ପାଳନ କରାଯିବ। ଉଭୟ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସରକାରୀ ଏବଂ ବେସରକାରୀ ସ୍ତରରେ ଉଦ୍ୟମ ଚାଲିଛି। ଭଞ୍ଜନଗରରେ ହେବାକୁ ଥିବା କାର୍ଯ୍ୟକ୍ରମ ନେଇ ଉପଜିଲାପାଳ ଜ୍ୟୋତି ଶଙ୍କର ରାୟଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମାଜିକ କର୍ମୀ ଶୁଳପାଣି ଶତପଥୀ, ଏମ୍‌ପି ପ୍ରତିନିଧି ପଞ୍ଚାନନ ପାଳ, ଚକରା ବିଷୋୟୀ କଲଚୁରାଲ ଏକାଡ଼େମୀର କର୍ମକର୍ତ୍ତା ଜଗବନ୍ଧୁ ଜେନା ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଭୁବନେଶ୍ୱରରେ ହେବାକୁ ଥିତ୍ବା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି । ଭୁବନେଶ୍ୱର କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଖ୍ୟଅତିଥି,ଭଞ୍ଜନଗର କେଏସ୍‌ୟୁବି କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼.ବିଚିତ୍ରାନନ୍ଦ ଦାସ ମୁଖ୍ୟବକ୍ତା ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ଉପସଭାପତି ମନ୍ମଥ କୁମାର ଶତପଥି ସମ୍ମାନିତ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୁଁ ଚକରା କହୁଛି ନାଟକ ପରିବେଷଣ ହେବ। ସୂଚନାଯୋଗ୍ୟ, ଚକରା ବିଷୋୟୀ ଇଂଗ୍ରେଜମାନଙ୍କ ବିରୋଧରେ ଲଢ଼େଇ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଦେଶ ସ୍ବାଧୀନ ପାଇଁ ଘୁମୁସରରେ ହୋଇଥିବା ଆନ୍ଦୋଳନ ପ୍ରଥମ ଆନ୍ଦୋଳନ ବୋଲି ଅଞ୍ଚଳର ଅନେକ ଗବେଷକ ମତ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri