ବଡଦିନ ପାଇଁ ପ୍ରସ୍ତୁତି ଆରମ୍ଭ: ଟ୍ରାଫିକ ନିୟନ୍ତ୍ରଣ ସହ ଗାଡିମୋଟର ହେବ ନିୟମିତ ଯାଞ୍ଚ୍‌

ଦାରିଙ୍ଗବାଡି, ୧୭।୧୨ (ଅରୁଣ ସାହୁ): ଆଉ କିଛି ଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ନିଜ ଘରକୁ ସଜ୍ଜିତ କରିବା ସହ ନୂଆ ପୋଷାକ କିଣିବା, ପିଠାପଣା ପାଇଁ ରାସନ ସାମଗ୍ରୀ ସଂଗ୍ରହ ଆଦି କରିବା ଆରମ୍ଭ ହେଲାଣି। ତେବେ ସାମ୍ପ୍ରଦାୟିକ ଶାନ୍ତି ସଦ୍‌ଭାବନାରେ ଏହି ପର୍ବ କିଭଳି ପାଳନ କରାଯାଇପାରିବ ସେନେଇ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତତି ଆରମ୍ଭ ହୋଇଛି।
ସୋମବାର ଅପରାହ୍ନରେ ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବାଲିଗୁଡା ଏସଡିପିଓ କମଳ କୁମାର ପଣ୍ଡା, ବିଡ଼ିଓ ପ୍ରୀତିରଞ୍ଜନ ରଥ, ଆଇଆଇସି ଅଶୋକ କୁମାର ହାଁସଦା ପ୍ରମୁଖ ମଞ୍ଚାସିନ ରହିଥିବା ବେଳେ ବିଭିନ୍ନ ସମ୍ପ୍ରଦାୟ, ବଣିକ ସଙ୍ଘ, ହୋଟେଲ ସଙ୍ଘ, ଚର୍ଚ୍ଚର ପାଳକ, ପ୍ରୀଷ୍ଟମାନେ ଯୋଗଦେଇଥିଲେ। ଦାରିଙ୍ଗବାଡି ଅଞ୍ଚଳରେ ବଡ଼ ଧୂମଧାମରେ ଏହି ପର୍ବ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବାକୁ ବୈଠକରେ ଆଲୋଚନା କରାଯାଇଥିଲା। ପାଳକ ସୁନୀଲ କୁମାର ପ୍ରଧାନ, ସରପଞ୍ଚ ଚନ୍ଦ୍ରିକା ମଲିକ, ବଣିକ ସଙ୍ଘ ସଭାପତି ଲଡ଼ୁ କିଶୋର ସାହୁ, ଚର୍ଚ୍ଚ ଫାଦର ମୁକୁନ୍ଦ ବଳିୟାର ସିଂପ୍ରମୁଖ ଯୋଗଦେଇ ଏହି ପର୍ବ ପାଳନ ସମ୍ପର୍କରେ ମତ ପ୍ରକାଶ କରିଥିଲେ।
ସେହିପରି ଅଞ୍ଚଳରେ ଟ୍ରାଫିକ ସମସ୍ୟା ବୃଦ୍ଧି ପାଉଥିବା ବେଳେ ଦୁର୍ଘଟଣା ବୃଦ୍ଧି ପାଇଛି ସେହିପରି ମଦ୍ୟପଙ୍କ ଦ୍ରୁତଗତି ଗାଡିଚାଳନା ଓ ବାଇକ ଚାଳକଙ୍କ ଅମାନିଆ ଗାଡି ଚାଳନାକୁ ରୋକିବାକୁ ସ୍ଥାନୀୟ ଲୋକ ପୋଲିସକୁ ନିବେଦନ କରିଥିଲେ। ବଡଦିନ ପର୍ବ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ମଧ୍ୟ ଗାଡି ଦୁର୍ଘଟଣାକୁ ରୋକିବାକୁ ପଦକ୍ଷେପ ନେବାକୁ ଗୁରୁତ୍ୱ ପାଇଁ ବୈଠକରେ କଥା ଉଠିଥିଲା। ଏହାକୁ ବାଲିଗୁଡା ଏସଡିପିଓ ଏବଂ ଆଇଆଇସି ଗୁରୁତର ସହ ନେଇଛନ୍ତି ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପସ୍ଥିତ ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri