ଗୋପାଳପୁର ବୋଇତ ବନ୍ଧାଣ ମହୋତ୍ସବ ପାଳନ ନେଇ ପ୍ରସ୍ତୁତି ଶେଷ

ଗୋପାଳପୁର,୪।୧୧(ନବୀନରାଜ ଆଚାରୀ): ବୁଧବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଗୋପାଳପୁର ବୋଇତ ବନ୍ଧାଣ ମହୋତ୍ସବ ମହାସମାରୋହରେ ପାଳନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ମଙ୍ଗଳବାର ଗଞ୍ଜାମ ଜିଲାପାଳ ଭି. ର୍କିତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି ଡ଼. ଶର୍ବଣା ବିବେକ ଏମ୍‌, ବ୍ରହ୍ମପୁର ମହାନଗର ନିଗମ(ବିଇଏମସି) କମିଶନର ପ୍ରଥମେଶ ଅରବିନ୍ଦ ରାଜସିର୍କେ, ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାରଙ୍କ ସହ ଅନ୍ୟ ପ୍ରଶାସନିକ ଅଧିକାରୀ ବୋଇତ ଭସାଇବାର ସ୍ଥାନ, ପାର୍କିଂ ଏରିଆ ଏବଂ ପେଣ୍ଡାଲ ପରିଦର୍ଶନ କରିଥିଲେ।

ଏହି ଅବସରରେ ପୁରୁଣା ସର୍କିଟ ହାଉସରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଜିଲାପାଳ କହିଥିଲେ ଯେ, ପୂର୍ବ ବର୍ଷ ବୋଇତ ବନ୍ଧାଣ ମହୋତ୍ସବ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ମଧ୍ୟ ବେଳାଭୂମିରେ ବୁଧବାରଠାରୁ ବୋଇତ ବନ୍ଧାଣ ମହୋତ୍ସବ ଆରମ୍ଭ ହେବ। ଏପରିକି ସା ୫ଟାରୁ ୮ଟା ପର୍ଯ୍ୟନ୍ତ ୩ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଏପରିକି ମିନି ପଲ୍ଲିଶ୍ରୀ ମେଳା, ଖାଦ୍ୟ ମେଳା ଆୟୋଜନ କରାଯିବ। ପଲ୍ଲିଶ୍ରୀ ମେଳାରେ ୫୦ଟି ଷ୍ଟଲ ଓ ଖାଦ୍ୟ ମେଳା ପାଇଁ ୧୦ଟି ଷ୍ଟଲର ବ୍ୟବସ୍ଥା କରାଯାଇଛି। ଯାତ୍ରୀଙ୍କ ଯାତାୟତ ନିମନ୍ତେ ୩ଦିନ ଅତିରିକ୍ତ ବସ ସେବା ମଧ୍ୟ ଉପଲବ୍ଧ ରହିବ।

ଜିଲା ସଂସ୍କୃତି ଅଧିକାରୀ ଅଦିତି ଆଚାର୍ଯ୍ୟ, ବ୍ରହ୍ମପୁର ସଦର ଏସ୍‌ଡିପିଓ ଶୁଭ୍ରାଂଶୁ ଶେଖର ପରିଡ଼ା, ରଙ୍ଗେଇଲୁଣ୍ଡା ବିଡ଼ିଓ ବିଶ୍ୱଜିତ ରାୟ, ତହସିଲଦାର କବିରାଜ ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଶ୍ମୀରାଣୀ ନିମାକାଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri