ରଥ ନିର୍ମାଣ ପ୍ରସ୍ତୁତି ଜୋରଦାର

ପାରଳାଖେମୁଣ୍ଡି,୨୯।୫(ଡି.ଏନ୍‌.ଏ.): ରଥ ଯାତ୍ରା ଲାଗି ତିନି ରଥ ପ୍ରସ୍ତୁତି ଜୋରଦାର କରାଯାଇଛି। ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ପ୍ରସିଦ୍ଧ ରଥଯାତ୍ରା କୋଭିଡ କଟକଣା ଲାଗି ୨ବର୍ଷ ବନ୍ଦ ଥିବା ବେଳେ ଚଳିତ ବର୍ଷ ପାରମ୍ପାରିକ ରୀତିନୀତି ଅନୁଯାଇ ଅନୁଷ୍ଠିତ ହେବାକୁ ଯାଉଛି। ଜୁଲାଇ ୧ ରେ ହେବାକୁ ଥିବା ରଥଯାତ୍ରା ପାଇଁ ପ୍ରଶାସନ ମଧ୍ୟ ଅଣ୍ଟାଭିଡି ପ୍ରସ୍ତୁତି ବୈଠକରେ ନିର୍ଣ୍ଣୟ କରିଛି। ସେହିପରି ରଥ ନିର୍ମାଣକାରୀ ଦଳ ତଥା ମହାରଣାମାନେ ନିଜ ନିଜ କାର୍ଯ୍ୟ ଆରମ୍ଭ କରିଥିବାର ଦେଖିବାକୁ ମିଳିଛି। ସେପଟେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ଲାଗି ଫାଉଣ୍ଡେଶନ କାମ ମଧ୍ୟ ପ୍ରାୟ ସମାପନ ଅବସ୍ଥାରେ। ଏଭଳି ସ୍ଥଳେ ଜଗନ୍ନାଥ ଭକ୍ତମାନେ ଚଳିତ ବର୍ଷ ରଥଯାତ୍ରାକୁ ବହୁ ଆଡମ୍ବର ସକାରେ ପାଳିବା ପାଇଁ ପ୍ରସ୍ତୁତ ହୋଇଥିବାର ଜଣାପଡିଛି । ୩ ରଥର କାଠ ଗୁଡିକୁ ବାହାର କରାଯାଇ ଚକ ଅଖକୁ ପରଖା ଯାଉଥିବା ବେଳେ ଆବଶ୍ୟକ ହେଉଥିବା ନୂତନ କାଠ ଲାଗି ସଂଗ୍ରହ କରାଯାଉଛି । ଏଥିଲାଗି ରାଜଦାଣ୍ଡରେ ଦେଖଣାହାରିଙ୍କ ଭିଡ ଜମୁଥିବାର ମଧ୍ୟ ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ...

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା...

ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି...

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ...

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା...

ବିକାଶର ବହୁ ଦୂରରେ କିଙ୍ଗଡାଙ୍ଗ ଗ୍ରାମବାସୀ

ପାରଳାଖେମୁଣ୍ଡି,୮ା୪(ଗିରିଧାରୀ ପରିଛା): ଦେଶ ସ୍ବାଧୀନର ୭୬ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏଁ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲାର କିଙ୍ଗଡାଙ୍ଗ ଗ୍ରାମବାସୀ। ଗୁମ୍ମା ବ୍ଲକ...

ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ,...

ପାଣି ନାହିଁ ତ ଭୋଟ ନାହିଁ,

ମୋହନା,୪ା୪(ମନ୍ମଥ ମିଶ୍ର)- ପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri